www.samajalive.in
Sunday, December 14, 2025
14.1 C
Bhubaneswar

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ କାର୍ଯ୍ୟ ନୀରିକ୍ଷଣ କଲେ ସିଆରଏସ

ଭୁବନେଶ୍ବର : କୋଲକାତା ସ୍ଥିତ ଦକ୍ଷିଣ ପୂର୍ବ ସର୍କଲ, ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ଗୁରୁବାର ନିର୍ମାଣାଧୀନ ଭଦ୍ରକ-ନର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପର ହରିଦାସପୁର ଏବଂ ବୈରୀ ଷ୍ଟେସନ୍ ମଧ୍ୟରେ ୧୬.୮୦ କିଲୋମିଟର ଦୈର୍ଘ୍ୟ ରେଳ ଲାଇନ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି।
ବହୁ ପ୍ରତୀକ୍ଷିତ ତୃତୀୟ ଲାଇନ ପ୍ରକଳ୍ପର ଏହି ରେଳ ସେକ୍ସନର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ଏବଂ ରେଳ ନିରାପତ୍ତା ଆୟୁକ୍ତଙ୍କ ଅନୁମୋଦନ ପରେ କାର୍ଯ୍ୟକ୍ଷମ ହେବ। ଟ୍ରେନ୍ ଟ୍ରାଫିକ୍ ଯାତାୟାତ ପାଇଁ ସିଆରଏସଙ୍କ ଠାରୁ ସମ୍ମତି ପାଇବା ପରେ ଏହି ମାର୍ଗରେ ଟ୍ରେନ୍ ଚଳାଚଳ ପାଇଁ ଅନୁମତି ଦିଆଯିବ। ରେଳ ନିରାପତ୍ତା ଆୟୁକ୍ତ ହରିଦାସପୁର ଏବଂ ବୈରୀ ଷ୍ଟେସନ ମଧ୍ୟରେ ଥିବା ସମସ୍ତ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ଯାଞ୍ଚ କରିଛନ୍ତି। ଟ୍ରେନ୍ ଯାତାୟାତ ପାଇଁ ଟ୍ରେନ୍ ଲାଇନର ସମ୍ଭାବ୍ୟତା ମାପିବା ପାଇଁ ଦୁଇଟି ଷ୍ଟେସନ୍ ମଧ୍ୟରେ ପରୀକ୍ଷାମୂଳକ ଭାବେ ଏକ ଲାଇଟ ଇଞ୍ଜିନ୍ ଚଳାଚଳ କରାଯାଇଥିଲା।

ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ରେଳ ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପଗୁଡିକ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ସଂସ୍ଥା ସମେତ ସହଭାଗୀ ମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

- Advertisement -

ଓଡିଶାରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ଭାବେ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍ ଚଳାଚଳକୁ ଏଡାଇ ଦେଇ ପାରିବ।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ (୯୨.୧୯ କିମି) ପ୍ରକଳ୍ପ ୨୦୧୨-୧୩ରେ ଅନ୍ତର୍ଭୁକ୍ତ ହୋଇଥିଲା ଏବଂ ଅକ୍ଟୋବର ୨୦୧୫ରେ ଅନ୍ତିମ ମଞ୍ଜୁରୀ ଦିଆଯାଇଥିଲା। ଜଖପୁରା ଏବଂ ହରିଦାସପୁର ମଧ୍ୟରେ ୨୩.୫୩ କିମି ରେଳ ମାର୍ଗ ଏପ୍ରିଲ ୨୦୧୬ରେ, କପିଳାସ ରୋଡ୍ ଠାରୁ ଶାଳଗାଁ ପର୍ଯ୍ୟନ୍ତ ୪.୩୦ କିମି ରେଳ ମାର୍ଗ ମଇ ୨୦୧୯ରେ ଏବଂ କପିଳାସ ରୋଡ୍ ଠାରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ ୪.୨୦ କିମି ରେଳ ମାର୍ଗ ଅକ୍ଟୋବର ୨୦୨୨ରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହୋଇଛି।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ମାର୍ଗ ବଳକା ୮୩.୬୯ କିମି କାର୍ଯ୍ୟ ସମାପ୍ତ କରିବାକୁ ୨୦୨୩-୨୪ ଆର୍ଥିକ ବର୍ଷ ଧାର୍ଯ୍ୟ କରା ଯାଇଛି। ପ୍ରକଳ୍ପର ସର୍ବଶେଷ ଆନୁମାନିକ ମୂଲ୍ୟ ବର୍ତମାନ ୧୨୮୪.୩୯ କୋଟି ଧାର୍ଯ୍ୟ କରାଯାଇଅଛି। ପୂର୍ଣ୍ଣ ପ୍ରକଳ୍ପର ପ୍ରାୟ ୬୦% ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ଜଣାଯାଇଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories