www.samajalive.in
Monday, December 15, 2025
17.1 C
Bhubaneswar

ପୋଖରୀରେ ବୁଡ଼ି ୨ଶିଶୁ ମୃତ

କନ୍ଧମାଳ : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ଗୁମିକିଆ ଗ୍ରାମ ପଞ୍ଚାୟତର ରାଣୀପଦର ଗାଁରେ  ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିଶୁ ଦୁଇଜଣ ହେଲେ ପିତସ ପ୍ରଧାନ ଓ ଲଳିତ ପ୍ରଧାନଙ୍କ ପାଞ୍ଚ ବର୍ଷର ଦୁଇ ଶିଶୁ ହିମାଂଶୁ ପ୍ରଧାନ ଓ ସଲଟିଜନ୍ ପ୍ରଧାନ। ଏମାନଙ୍କ ଘର ରାଣୀପଦର ଗାଁର। ମାଆଙ୍କ ସହିତ ଚୁଆକୁ ପାଣିଆଣିବାକୁ ଯିବାବେଳେ ସେଠାରେ ସେମାନଙ୍କ ଗୋଡ଼ ଖସିଯାଇଥିଲା। ଉଭୟ ପାଣିରେ ବୁଡ଼ି ଯାଇଥିଲେ। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ପହଞ୍ଚି ହିମାଂଶୁ ଓ ସଲଟିଜନଙ୍କୁ ପୋଖରୀରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟ ଶିଶୁଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories