www.samajalive.in
Sunday, December 14, 2025
19.1 C
Bhubaneswar

ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟି ବୈଠକ ଆଜି

ଭୁବନେଶ୍ବର : ମଙ୍ଗଳବାର ସନ୍ଧ୍ୟା ୬ଟାରେ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହେବ। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ବୈଠକରେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଆଇନ, ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ଓ ଶିଳ୍ପ, ଶକ୍ତି ଓ ଏମଏସଏମଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେବେ। ଏହି ଅବସରରେ ଉନ୍ନୟନ ଆୟୁକ୍ତ ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ଅନୁ ଗର୍ଗଙ୍କ ସହିତ ୧୭ଟି ବିଭାଗର ସଚିବ ଉପସ୍ଥିତ ରହିବେ।
ଏସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଅତିରିକ୍ତ ଶାସନ ସଚିବ ଗଣେଶ ଚନ୍ଦ୍ର ପାତ୍ର ସମସ୍ତ ମନ୍ତ୍ରୀ ଓ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଶ୍ରୀ ପାତ୍ର ଜଙ୍ଗଲ ଓ ପରିବେଶ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ଅର୍ଥ, ପଞ୍ଚାୟତିରାଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କୃଷି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ମତ୍ସ୍ୟ ଓ ପଶୁସମ୍ପଦ, ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ସ୍ବାସ୍ଥ୍ୟ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବଙ୍କୁ ପତ୍ର ଲେଖି ଉପସ୍ଥିତ ରହିବାକୁ ଦର୍ଶାଇଛନ୍ତି।
ସୂଚନାଯୋଗ୍ୟ ଯେ, ଆସନ୍ତା ୨୨ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ସରକାରଙ୍କ ପକ୍ଷରୁ ଅତିରିକ୍ତ ବଜେଟ ଉପସ୍ଥାପନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସଂପୃକ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ପ୍ରସ୍ତାବ ଓ ନୂତନ ଯୋଜନାର ରୂପରେଖ ସଂକ୍ରାନ୍ତରେ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିରେ ବିସ୍ତୃତ ଆଲୋଚନା କରାଯିବ। କେଉଁ ବିଭାଗ ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି କି ପ୍ରକାର ନୂତନ ଯୋଜନା ଆଗାମୀ ଦିନରେ କରିବାକୁ ଲକ୍ଷ୍ୟ ରଖିଛନ୍ତି ଏବଂ ଏହାର ବାସ୍ତବତା କେତେ ରହିବ ସେ ନେଇ ଟିକିନିଖି ଆଲୋଚନା ହେବ। ଉଲ୍ଲେଖଯୋଗ୍ୟ ଯେ, ଆଗକୁ ସାଧାରଣ ନିର୍ବାଚନ ଆସୁଛି। ନିର୍ବାଚନ ଦୃ‌ଷ୍ଟିରୁ ଏହି ଅତିରିକ୍ତ ବଜେଟର ବେଶ୍ ଗୁରୁତ୍ବ ରହିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ଓ କୃଷି ବିଭାଗ ପକ୍ଷରୁ ‘କାଳିଆ’ ଏବଂ ରାଜ୍ୟ ସରକାରଙ୍କ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନା ପ୍ରଭୃତି ପ୍ରଣୟନ କରାଯାଇଥିଲା। ଆଗକୁ ନିର୍ବାଚନ ଥିବାରୁ ଅନୁରୂପ ଭାବେ ଏହି ବଜେଟରେ ସେଭଳି କିଛି ନୂତନ ଯୋଜନାକୁ ସରକାର ଗୁରୁତ୍ବ ଦେଇ ପାରନ୍ତି ବୋଲି ଚର୍ଚ୍ଚା ‌େଜାର ଧରିଛି।
ଏହାସହିତ ସରକାରୀ କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ପୁନର୍ଗଠନ, ବିଭିନ୍ନ ଚାକିରି ସର୍ତ୍ତାବଳୀରେ ପରିବର୍ତ୍ତନ, ବିଭିନ୍ନ ସଙ୍ଗଠନର ଦାବି ପୂରଣ ଏବଂ ସରକାରୀ ଚାକିରିଆଙ୍କ ବୟସ ସୀମା ବୃଦ୍ଧି ଭଳି ଦିଗକୁ ସରକାର ଗୁରୁତ୍ବ ଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories