www.samajalive.in
Saturday, December 13, 2025
26.1 C
Bhubaneswar

୩ ବିଧାୟକଙ୍କ ଗାଡ଼ିକୁ ଅଣ୍ଡା ମାଡ଼ ଏବଂ କଳା ପତାକା ପ୍ରଦର୍ଶନ

ଲଡୁଗାଁ: ନର୍ଲାଠାରେ ୩ଜଣ ବିଧାୟକଙ୍କ ଗାଡ଼ିକୁ ଅଣ୍ଡା ମାଡ଼ ସହ କଳା ପତାକା ପ୍ରଦର୍ଶନ କରାଯାଇଛି। ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ନର୍ଲା ବିଧାୟକ ଭୂପିନ୍ଦର ସିଂହ ଏବଂ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ସହ କଳା ପତାକା ପ୍ରଦର୍ଶନ କରିଛନ୍ତି ଜିଲା ଯୁବ କଂଗ୍ରେସ କର୍ମକର୍ତ୍ତା। । ମଙ୍ଗଳବାର ବିଧାୟକମାନେ ସେଠାରେ ପ୍ରାଥମିକ ଶିକ୍ଷକ ସଂଘର ଜିଲାସ୍ତରୀୟ ଗୁରୁ ଦିବସ ପାଳନ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଗୁରୁ ଦିବସରେ ମମିତା ମେହେର ଭଳି ଜଣେ ଗୁରୁଙ୍କ ହତ୍ୟା ଅଭିଯୋଗରେ ସମୃକ୍ତି ଥିବା ବିଧାୟକ ଆସିଥିବା ଯୁବ କଂଗ୍ରେସ ଅଭିଯୋଗ କରିଛି। ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories