www.samajalive.in
Monday, December 15, 2025
14.1 C
Bhubaneswar

ସ୍କୁଲ ବସ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ବିଦ୍ୟାର୍ଥୀ

ଗୁରୁଡିଝାଟିଆ: ଗୁରୁଡିଝାଟିଆ ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନ ବସ (ଭ୍ୟାନ) ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟକୁ ବିଦ୍ୟାର୍ଥୀଙ୍କୁ ନେଇଯାଉଥିବା ବସଟି ପୋଖରୀ ହୁଡାରେ ଥିବା ନଡିଆଗଛରେ ଲାଗି ଅଟକିଯିବା ଫଳରେ ରକ୍ଷା ପାଇଯାଇଥିଲା। ସୌଭାଗ୍ୟକୁ କୋମଳମତି ବିଦ୍ୟାର୍ଥୀମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଆଜି ଭ୍ୟାନଟି ଛଅଗାଁ ଦେଇ ପୋଖରୀହୁଡା ରାସ୍ତାରେ ମାଣିତ୍ରୀକୁ ଯାଉଥିଲା। ହଠାତ୍ କୁକୁର ପଶିଆସିବାରୁ ଚାଳକ ଭାରସାମ୍ୟ ହରାଇଥିଲା । ଭ୍ୟାନଟି ଭାରସାମ୍ୟ ହରାଇ ପୋଖରୀ ହୁଡାରେ ଥିବା ନଡିଆଗଛରେ ଅଟକି ଯାଇଥିଲା। ଘଟଣା ସଂପର୍କରେ ଖବର ପାଇ ଗୁରୁଡିଝାଟିଆ ପୁଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ ସହ ଏଥିରେ ଥିବା ସମସ୍ତ ବିଦ୍ୟାର୍ଥୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories