www.samajalive.in
Monday, December 15, 2025
17.1 C
Bhubaneswar

ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ୩ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟର ବିଚାରପତି ଅନୀତା ସାହୁ ଏକ ୧୭ ବର୍ଷିଆ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାର ୧୦ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଆଧାରରେ ବିଚାର କରି କୋଟଗଡ଼଼ ଥାନା ଅନ୍ତର୍ଗତ ଶ୍ରୀରାମପୁର ଅଞ୍ଚଳର ଧର୍ମେନ୍ଦ୍ର ପାତ୍ର (୨୭)କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧିକ ତିନିମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସୂଚନା ଅନୁସାରେ ପୀଡ଼ିତା ଭଉଣୀମାନଙ୍କ ସହ ରାତିରେ ଶୋଇଥିବା ବେଳେ ଅଭିଯୁକ୍ତ ଘରେ ପଶି ପୀଡ଼ିତାକୁ ଦୁଷ୍କର୍ମ ଉଦ୍ୟମ କଲାବେଳେ ପୀଡ଼ିତା ପାଟି କରିବାରୁ ଘରୁ ବାହାରି ଧାଇଁ ପଳେଇବା ବେଳେ ପୀଡିତା ପିତା ଏବଂ ଅନ୍ୟ ମାନଙ୍କ ହାତରେ ଧରାପଡ଼ିଥିଲା ଏବଂ ଏ ସଂକ୍ରାନ୍ତରେ କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories