www.samajalive.in
Monday, December 15, 2025
16.1 C
Bhubaneswar

ଗୁରୁଡିଝାଟିଆ ବାଳିକା ସରକାରୀ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣୀ ଉତ୍ସବ

ଗୁରୁଡିଝାଟିଆ: ଗୁରୁଡିଝାଟିଆ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀମାନଙ୍କୁ ସରକାରଙ୍କ ପ୍ରଦତ୍ତ ପୋଷାକ ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟ ପରିଚାଳାନା କମିଟି ସଭାପତି ଶିକ୍ଷାବିତ୍ ବିମ୍ବାଧର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ସରପଞ୍ଚଙ୍କ ପ୍ରତିନିଧି ସନାତନ ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରାକ୍ତନ ପ୍ରଧାନଶିକ୍ଷୟିତ୍ରୀ ରମ୍ଭାବତୀ ସାହୁ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣଲତା ବଳିୟାରସିଂ, ପ୍ରଣତି ନାୟକ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀମାନଙ୍କୁ ଆଗକୁ ବଢିବା ଓ ଗଢିବା ନିମନ୍ତେ ରାଜ୍ୟ ସରକାରଙ୍କ ବଳିଷ୍ଠ ପଦକ୍ଷେପ ସଂପର୍କରେ ଆଲୋକପାତ କରିବା ସହ ବିଦ୍ୟାର୍ଥୀଙ୍କୁ ଅଧିକ ଅନୁଷ୍ଠାନମୁଖି କରିବା ନିମନ୍ତେ ନୂତନ ପୋଷାକ, ଜୋତା ଓ ଟି-ସାର୍ଟ ପ୍ରଦାନ କରିବା ପ୍ରଶଂସନୀୟ ବୋଲି କହିଥିଲେ।

ବିଦ୍ୟାଳୟର ନବମ ଓ ଦଶମ ଶ୍ରେଣୀର ୯୪ଜଣ ଛାତ୍ରୀଙ୍କୁ ନୂତନ ପୋଷାକ ବଣ୍ଟନ କରାଯାଇଥିଲା। ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଦିପ୍ତୀମୟୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷୟିତ୍ରୀ ଇତିଶ୍ରୀ ସାହୁ, ସାଗରିକା ନାଥ, ଭକ୍ତିଲତା ବେହେରା, ଲିସାଲିନ ପଟ୍ଟନାୟକ, ହେନାରାଣୀ ଓଝା ଓ ସୁବ୍ରତ କୁମାର ସୋରେଙ୍ଗ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚଳାନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ରହିଥିଲେ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories