www.samajalive.in
Sunday, December 7, 2025
23.1 C
Bhubaneswar

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ଏହି କେନ୍ଦ୍ର ସହାୟକ ହେବ

ଭୁବନେଶ୍ବର: ଖୋର୍ଦ୍ଧା ଜିଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ। ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡିପିଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯୋଗ୍ୟ ଯେ ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକମାନେ ମତପ୍ରକାଶ କରନ୍ତି। ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories