ଶନିବାର ରାଶିଫଳ (୦୯.୦୯.୨୦୨୩)

ମେଷ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ବୃଷ : ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

ମିଥୁନ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକମାନେ ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।

କର୍କଟ : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ସିଂହ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

କନ୍ୟା : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

prayash

ତୁଳା : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା :  ଥଣ୍ଡାଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସୁଖୀ ହେବେ।

ଧନୁ : ବନ୍ଧୁ ମିଳନ ଶାନ୍ତିଦାୟକ ହେବ। ଜଣେ ସମାଜସେବୀଭାବେ ପ୍ରତିଭା ଅର୍ଜନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସୁବିମଳ ଯଶର ଅଧିକାରୀ ହେବେ।

ମକର : ପରିସ୍ଥିତିରେ ପଡ଼ି ମିତବ୍ୟୟୀ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

କୁମ୍ଭ : କର୍ମଚଞ୍ଚଳ ରହିବେ। ପ୍ରଥମ କନ୍ୟା ସନ୍ତାନ ପାଇଁ ଆୟୁ ବୃଦ୍ଧି ଘଟିପାରେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଦୂରଦର୍ଶୀ ହେବ।

ମୀନ : ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଉଚିତ।

Comments are closed.