www.samajalive.in
Friday, December 12, 2025
15.1 C
Bhubaneswar

୧୧ ରୁ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର : ଚଳିତ ମାସ ୧୧ ଓ ୧୨ ତାରିଖରେ ରାଜ୍ୟରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି।
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ଚାନ୍ଦବାଲି, ବାଲେଶ୍ବର, ଭୁବନେଶ୍ବର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ରାଉରକେଲା, ଯାଜପୁର ଏବଂ ବୌଦ୍ଧ ଆଦି ଅଞ୍ଚଳରେ ବର୍ଷା ହୋଇଛି।
ଆସନ୍ତା ୨ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ସୁବର୍ଣ୍ଣପୁରରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୮ ମଧ୍ୟରେ ରାଜ୍ୟରେ ୧୦୧.୭ ମି.ମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୭୮.୨ମି.ମି ତୁଳନାରେ ୩୦% ଅଧିକ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ମୌସୁମୀ ସକ୍ରିୟ ସହ ହାରାହାରି ବର୍ଷା ୧୭ ମି.ମି ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୭.୮ମି.ମି ତୁଳନାରେ ୧୧୯ ପ୍ରତିଶତ ଅଧିକ। ବର୍ଷା ବଲାଙ୍ଗୀର ଜିଲାର ପାଟଣାଗଡ଼ରେ ସର୍ବାଧିକ ୧୦୨.୪ ମି.ମି ବର୍ଷା ରେକର୍ଡ ହୋଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories