www.samajalive.in
Monday, December 15, 2025
17.1 C
Bhubaneswar

ପୁଣି ବଢିବ ବର୍ଷା ପରିମାଣ- ସେପ୍ଟେମ୍ବର ୧୩ରେ ଓଡିଶାରେ ଲଘୁଚାପ

ଭୁବନେଶ୍ୱର, : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୩ ତାରିଖରେ ଏହା ଏକ ଲଘୁଚାପରେ ପରିଣତ ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି ।

ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ ୧୨ ତାରିଖଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ୧୨ ତାରିଖରେ ଉପକୂଳ ଓଡିଶାରେ ଘଡଘଡି ସହ ବର୍ଷା ହୋଇପାରେ ।

- Advertisement -

ପଢନ୍ତୁ –ଅକ୍ଷୟ କୁମାର ଜନ୍ମ ଦିନରେ ଗେରୁଆ ଧୋତି ପିନ୍ଧି ମହାକାଳେଶ୍ୱରଙ୍କର କଲେ ଦର୍ଶନ ସାଙ୍ଗରେ  ଶିଖର ଧଓ୍ୱନ ଉପସ୍ଥିତ

ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସେପ୍ଟେମ୍ବର ୧୬ରୁ ହ୍ରାସ ପାଇବ । ତେବେ ପଶ୍ଚିମ ଓଡିଶାରେ ଗୋଟିଏ ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୧୬ରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ।

ସେପ୍ଟେମ୍ବର ୧୮ ତାରିଖରୁ ବର୍ଷାର ପରିମାଣ ହ୍ରାସ ପାଇବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories