www.samajalive.in
Saturday, December 13, 2025
18.1 C
Bhubaneswar

ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଓ କ୍ଵିଜ ପ୍ରତିଯୋଗିତା

କଣ୍ଟାବାଞ୍ଜି: ତୁରେକେଲା ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଓ କ୍ଵିଜ ପ୍ରତିଯୋଗିତା ସ୍ଥାନୀୟ ନୋଡାଲ ଉଚ୍ଚ ବାଳକ ବିଦ୍ୟାଳୟ କଣ୍ଟାବାଞ୍ଜି ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରରେ ବ୍ଲକ ବିଜ୍ଞାନ ଆବାହକ ତଥା ପ୍ରଧାନ ଶିକ୍ଷକ ନିହାରିକା ନାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ୟ୍ୟକ୍ରମକୁ ପରିଚାଳନା କରିଥିଲେ। ବ୍ଲକ ବିଜ୍ଞାନ ସଂଯୋଜକ ଆଶିଷ କୁମାର ମିଶ୍ର ମୋଟ ୧୯ଜଣ ଛାତ୍ର ଛାତ୍ରୀ ସେମିନାର ଓ ୧୯ ଜଣ ଛାତ୍ରଛାତ୍ରୀ କ୍ୱିଜ ପ୍ରତିଯୋଗିତାରେ ଭାଗ ନେଇଥିଲେ। ବେଲପଡା ବ୍ଲକ ଘାଗୁର୍ଲି ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ସୁଶାନ୍ତ ନାୟକ ଓ ସଲଣ୍ଡି ଉଚ୍ଚ ବିଦ୍ୟାଳୟର ଆରତୀ ବେହେରା ବିଚାରକ ଭାବରେ ଉପସ୍ଥିତ ରହି କୃତି ପ୍ରତିଯୋଗୀ ମାନଙ୍କୁ ଚୟନ କରିଥିଲେ। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଶୋକ କୁମାର ତରିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories