www.samajalive.in
Sunday, December 14, 2025
15.1 C
Bhubaneswar

ମରକ୍କୋ ଭୂକମ୍ପ : ୨ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଆଫ୍ରିକୀୟ ଦେଶ ମରକ୍କୋରେ ଶୁକ୍ରବାର ବିଳମ୍ବିତ ରାତିରେ ଅନୁଭୂତ ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୨୦୦୦ ଅତିକ୍ରମ କରିଛି। ଏଥିସହ ୨୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଦେଶର କେନ୍ଦ୍ରୀୟ ଭାଗରେ ୬.୮ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା । ଭୂମିକମ୍ପରେ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ଅଟ୍ଟାଳିକା ନଷ୍ଟ ହୋଇଛି । ସେହି ଭୂମିକମ୍ପର ଉତ୍ପତ୍ତିସ୍ଥଳ ଭୂପୃଷ୍ଠରୁ ୧୮. ୫ କିଲୋମିଟର ଗଭୀରରେ ଥିଲା । ଏହାର କେନ୍ଦ୍ରବିନ୍ଦୁ ମାରାକେଶ୍‌‌ ଠାରୁ ୭୨ କିଲୋମିଟର ଦକ୍ଷିଣ-ପଶ୍ଚିମ ଓ ଆଟ୍‌‌ଲାସ୍‌‌ ପର୍ବତ ଠାରୁ ୫୬ କିଲୋମିଟର ପଶ୍ଚିମକୁ ରହିଛି। ମରକ୍କୋ ସରକାରଙ୍କ ସୂଚନା ମୁତାବକ, ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୨୦୧୨ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୫୯ ଲୋକ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୦୪ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।

- Advertisement -

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories