www.samajalive.in
Monday, December 15, 2025
14.1 C
Bhubaneswar

କଟକରେ ମହିଳାଙ୍କୁ ଛୁରାମାଡ଼; ଗୁରୁତର ଅବସ୍ଥାରେ ଏସସିବିରେ ଭର୍ତ୍ତି

କଟକ: କଟକରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ଦୋଳମୁଣ୍ଡାଇ ଛକ ସ୍ଥିତ ଏକ ପାର୍ଲର ଭିତରେ ପଶି ମହିଳାଙ୍କୁ ଜଣେ ଯୁବକ ଛୁରାମାଡ଼ କରିଛନ୍ତି। ଫଳରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର ମହିଳା ପୁରୀଘାଟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଦୋଳମୁଣ୍ଡାଇ ଛକ ସ୍ଥିତ ଉକ୍ତ ପାର୍ଲରରେ କାମ କରୁଥିଲେ। ଅପରପକ୍ଷେ, ଛୁରାମାଡ଼ କରି ଯୁବକ ଜଣକ ଫେରାର ହୋଇଯାଇଥିବା ସୂଚନା ମିଳିଛି। ଛୁରାମାଡ଼ର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories