www.samajalive.in
Monday, December 15, 2025
14.1 C
Bhubaneswar

କରଣ୍ଡାଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ

ଫୁଲବାଣୀ :   କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ତଳ ଦଣ୍ଡିକିଆ ପଞ୍ଚାୟତର କରଣ୍ଡାଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ପାଳନ ସହ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ୱରୂପା ରାଣୀ କହଁରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟ୍ୟରେ ଶିକ୍ଷକ ସିମାଞ୍ଚଳ ମୁଖି, କଳେଶ୍ଵର କହଁର, ଯତୀନ୍ଦ୍ର କୁମାର ପରିଡାଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋବର୍ଦ୍ଧନ ସାହୁ, ଉପସଭାପତି ଉଷାରାଣି ଦୀପ ଓ ମୋ ସ୍କୁଲ ସଭାପତି ସନାତନ କହଁର ମଧ୍ୟ ଅତିଥି ଭାବରେ ଉପସ୍ଥିତ ଥିଲେ। ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିସରରେ ଶାଗୁଆନ, କରଞ୍ଜ ଓ ଜାମୁ ଭଳି ବିଭିନ୍ନ ମୂଲ୍ୟବାନ ବୃକ୍ଷ ଓ ଅମୃତଭଣ୍ଡା ଏବଂ ସଜନା ଚାରା ରୋପଣ କରାଯାଇଥିଲା ।  ବିଭିନ୍ନ ଫୁଲ ଚାରା ସହ ଅନ୍ୟାନ୍ୟ ଆଳଙ୍କରିକ ଗଛ ଚାରା ରୋପଣ କରା ଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories