www.samajalive.in
Friday, December 12, 2025
15.1 C
Bhubaneswar

କଲିକତାର ସ୍କୁଲ ଛାତ୍ରଛାତ୍ରୀ ବୁଲି ଦେଖିଲେ ଓଡ଼ିଶା ବିଧାନସଭା

ଭୁବନେଶ୍ୱର: କଲିକତାର ଲର୍ଡ ସିହ୍ନା ରୋଡସ୍ଥିତ ଶ୍ରୀ ଶିକ୍ଷାୟତନ ସ୍କୁଲର ଦ୍ୱାଦଶ ଶ୍ରେଣୀ (ରାଜନୀତି ବିଜ୍ଞାନ) ଛାତ୍ରଛାତ୍ରୀମାନେ ଆଜି ଓଡ଼ିଶା ବିଧାନସଭା ବୁଲି ଦେଖିଛନ୍ତି। ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂ, ସଚିବ ଦାଶରଥି ଶତପଥୀ ସେମାନଙ୍କୁ ବିଧାନସଭା ବୁଲି ଦେଖାଇଥିଲେ। ଛାତ୍ରଛାତ୍ରୀମାନଙ୍କ ଓଡ଼ିଶା ବିଧାନସଭା ସମ୍ପର୍କିତ ସମସ୍ତ ପ୍ରଶ୍ନର ଉତ୍ତର ଓ ଏ ସମ୍ବନ୍ଧୀୟ ବିଶଦ ତଥ୍ୟ କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂ ଓ ସଚିବ ଶ୍ରୀ ଶତପଥୀ ପିଲାମାନଙ୍କୁ ପ୍ରଦାନ କରିଥିଲେ। ବିଧାନସଭା ଗୃହ ଓ ପରିସରରେ ଥିବା ଓଡ଼ିଶାର ବରପୁତ୍ର ଏବଂ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିମାନ ଛାତ୍ରଛାତ୍ରୀମାନଙ୍କୁ ଅଭିଭୂତ କରିଥିଲା।

ସୂଚନାଯୋଗ୍ୟ ଯେ କଲିକତାରୁ ଆସିଥିବା ଏହି ଛାତ୍ରଛାତ୍ରୀମାନେ ସେପେଫମ୍ବର ୮ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଅବସ୍ଥାନ କରି ପିପିଲି, କୋଣାର୍କ, ଖଣ୍ଡଗିରି, ଉଦୟଗିରି ଓ ଖୋର୍ଦ୍ଧା ଶିଳ୍ପାଞ୍ଚଳ ବୁଲି ଦେଖିଛନ୍ତି। ଓଡ଼ିଶା ବିଧାନସଭା ବୁଲି ଦେଖିବା ସେମାନଙ୍କ ପାଇଁ ଏକ ସ୍ମରଣୀୟ ମୁହୂର୍ତ୍ତ ହୋଇ ରହିବ ବୋଲି ଛାତ୍ରଛାତ୍ରୀମାନେ କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂ ଓ ସଚିବ ଶ୍ରୀ ଶତପଥୀଙ୍କୁ ଜଣାଇଥିଲେ।।
ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଶ୍ରୀ ଶିକ୍ଷାୟତନ ସ୍କୁଲର ଛାତ୍ରଛାତ୍ରୀ, ସେମାନଙ୍କର ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷୟିତ୍ରୀ ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂ, ସଚିବ ଦାଶରଥି ଶତପଥୀ ଓ ଅନ୍ୟ ଅଧିକାରୀମାନଙ୍କ ସହ ଫଟୋ ଉଠାଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories