www.samajalive.in
Thursday, December 11, 2025
15.1 C
Bhubaneswar

ବିଶ୍ବନାଥପୁର ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟରେ ଶ୍ରମଦାନ କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରଠାରେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମ ଅନ୍ତର୍ଗତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି । ସୋମବାର ମନ୍ଦିର ପ୍ରକଳ୍ପର କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ବହୁ ସଂଖ୍ୟାରେ ଅଞ୍ଚଳବାସୀ ଜନସାଧାରଣ ସାମିଲ ହୋଇ ସ୍ବଇଚ୍ଛାରେ ଶ୍ରମଦାନ କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଲାଞ୍ଜିଗଡ଼ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ, କଳାହାଣ୍ଡି କ୍ଷତ୍ରୀୟ ପାଇକ ସମାଜ କୁଳାଧ୍ୟକ୍ଷ ଚନ୍ଦ୍ରଧ୍ବଜ ପେସନିଆ, ଲାଞ୍ଜିଗଡ଼ ବ୍ଲକ ବ୍ରାହ୍ମଣ ସମାଜର ସଭାପତି ହରେକୃଷ୍ଣ ଯୋଷୀ, ବରିଷ୍ଠ ନାଗରିକ ଧର୍ମୁଚାନ୍ଦ ଅଗ୍ରୱାଲ, ବଳରାମ ବେହେରାଙ୍କ ସମେତ ହିମାଦ୍ରୀ ପେସନିଆ, କୈଳାସଚନ୍ଦ୍ର ଦାସ, କରୁଣାକର ପ୍ରଧାନୀ, ହରିହର ପ୍ରଧାନୀ, ଭୁବନେଶ୍ବର ପାତ୍ର, ପ୍ରେମସିନ୍ଧୁ ଦଳେଇ, ଭବାନୀଶଙ୍କର ବାଣୁଆ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ବନ ଦଳେଇ, ସଞ୍ଜୀବ ପଣ୍ଡା ସହ ବହୁ ସଂଖ୍ୟାରେ ପୁରୁଷ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ସାମିଲ ହୋଇ ସ୍ବତଃପ୍ରବୃତ୍ତ ଭାବେ ଶ୍ରମଦାନ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories