www.samajalive.in
Saturday, December 6, 2025
26.1 C
Bhubaneswar

ଆମେ ଜାଣିବା ଆମେ ଜିଣିବା ପ୍ରସ୍ତୁତି ବୈଠକ

ଫୁଲବାଣୀ, ଫିରିଙ୍ଗିଆ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଭା ଗୃହରେ ରାଜ୍ୟ ସରକାରଙ୍କ ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ନିର୍ଦ୍ଧାରିତ କରାଯାଇଥିବା ଆମେ ଜାଣିବା ଆମେ ଜିଣିବା କାର୍ୟ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଫିରିଙ୍ଗିଆ ବ୍ଲକରେ ଥିବା ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟ ମାନଙ୍କରେ ପଢ଼ୁଥିବା ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ପାଇଁ ବିଭିନ୍ନ ବିଭାଗରୁ ଆସୁଥିବା ବିଭିନ୍ନ ସୁବିଧା ନେଇ ସଚେତନ କରିବା ପାଇଁ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଇପ୍ସିତା ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଅନ୍ୟ ମାନଙ୍କ ମଧ୍ୟରେ ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ହରପ୍ରିୟା ମେହେର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋକ ମିଶ୍ର, ଅତିରିକ୍ତ ଉଦ୍ୟାନ କୃଷି ଅଧିକାରୀ ମୋନାଲିଶା ପ୍ରଧାନ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ଆଶା ଲତା ନରେନ୍ଦ୍ର, ଅତିରିକ୍ତ କୃଷି ଅଧିକାରୀ ଆଶୁତୋଷ ସାହୁ,ପଶୁ ସମ୍ପଦ ଅଧିକାରୀ ପ୍ରିୟ ରଞ୍ଜନ ମିଶ୍ର, ଓ ଏଲ ଏମ ସଂଗ୍ରାମ କେଶ୍ବରୀ ସାହୁଙ୍କ ସହ ବୈଠକରେ ଫିରିଙ୍ଗିଆ ବ୍ଲକରେ ଥିବା ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ। ବିଭିନ୍ନ ବିଭାଗରୁ ଆସୁଥିବା ସୁବିଧାକୁ ନେଇ ଛାତ୍ରଛାତ୍ରୀ ମାନଙ୍କ ଅଭିଭାବକ ମାନଙ୍କୁ ଆଗାମୀ ଦିନରେ ସଚେତନ କରାଯିବାକୁ ନେଇ ଆଲୋଚନା ହୋଇଥିଲା।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories