www.samajalive.in
Sunday, December 14, 2025
18.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ, ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ମଙ୍ଗଳବାର କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ନିମ୍ନଚାପରେଖା ପୂର୍ବ-ପଶ୍ଚିମ ଦିଗରେ ଘୂର୍ଣ୍ଣିବଳୟ ସହ ମିଶି କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର, ଦକ୍ଷିଣ-ପୂର୍ବ ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ବ୍ୟାପିଛି। ଆଉ ଏକ ନିମ୍ନଚାପରେଖା ଘୂର୍ଣ୍ଣିବଳୟ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଦେଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଛି।

http://ଓଡ଼ିଶା ସାହିତ୍ୟ ଏକାଡେମୀ କ୍ୟାଲେଣ୍ଡରରେ ୫ ନୂଆ ପୁରସ୍କାର

- Advertisement -

ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ବଡ ବର୍ଷା ଆସିବ। ବୁଧବାରଠାରୁ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କଟକ, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ ଏବଂ ଗଞ୍ଜାମରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଉପ‌ରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହିସବୁ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories