BJD Bijuli 480×75 Mob

ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ରଞ୍ଜନ ପଲେଇ

BJD Bijuli 480×75 Mob

ଭୁବନେଶ୍ୱର: ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ତଥା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ରଞ୍ଜନ ପଲେଇ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ନିଜ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସାଂସଦ ମାନସ ମଙ୍ଗରାଜ ସେମାନଙ୍କୁ ସ୍ୱାଗତ କରିଛନ୍ତି। ପ୍ରଣବ କହିଛନ୍ତି ଯେ, ରଞ୍ଜନ ଆଜି ଘରକୁ ଫେରିଛନ୍ତି। ସେମାନେ ବୁଝିଲେ ଯେ, ନବୀନ ପଟ୍ଟନାୟକ ହିଁ ରାଜ୍ୟ ଓ ଗଞ୍ଜାମର ବିକାଶ କରି ପାରିବେ। ବିଜେଡିରେ ମିଶିବା ପରେ ରଞ୍ଜନ ପଲେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶାଳ ହୃଦୟ ରଖି ସେ ମତେ ଗ୍ରହଣ କରିଛନ୍ତି। ବିଜେଡି ନୀତି, ଆଦର୍ଶ ଏବଂ ଓଡ଼ିଶା ଉନ୍ନତିରେ ମୋର ସହଯୋଗ ରହିବ। ଆଶୀର୍ବାଦ ଓ ସହଯୋଗ ପାଇଁ ଧନ୍ୟବାଦ।

ସୂଚନାଯୋଗ୍ୟ ଯେ, ଆଜି ରଞ୍ଜନ ପଲେଇଙ୍କୁ ବିଜେପିରୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଯାଇଥିଲା।

 

 

Comments are closed.