www.samajalive.in
Tuesday, December 9, 2025
17.1 C
Bhubaneswar

ଲଘୁଚାପ ସକ୍ରିୟ : ୫ ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ

ଡେସ୍କ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିନରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ। ସେହିପରି ରାଜ୍ୟରେ ଦକ୍ଷୀଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆଜି ଅପରାହ୍ନରେ ଭୁବନେ​ଶ୍ବର ​ଏବଂ କଟକର କିଛି କିଛି ଅଞ୍ଚଳରେ ବର୍ଷା ହୋଇଯାଇଛି।
ତେବେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌‌ ୱାର୍ଣ୍ଣିଂ ଜାରି କରା ଯାଇଛି । ସେହିପରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଆଦି ୮ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଏବଂ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳ ଆଦି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କୋରାପୁଟ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଭୀଷଣ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଳାରେ ୭୦୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାର ପ୍ରଭାବରେ ଇନ୍ଦ୍ରାବତୀ, କୋଲାବ, ସାବେରୀ, ସପ୍ତଧାରା, ସୁର୍‌‌ଲୀ ଆଦି ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ କୋଟପାଡ, ବୋରିଗୁମା ଓ କୁନ୍ଦ୍ରା ବ୍ଲକ୍‌‌ରେ ବନ୍ୟା ଆଶଙ୍କା ଦେଖାଦେଇଛି । ଇତିମଧ୍ୟରେ ଜିଲ୍ଲାର ଦଶମନ୍ତପୁର, ନନ୍ଦପୁର, ସେମିଳିଗୁଡ଼ା, ଲମତାପୁଟ ଓ ବୈପାରୀଗୁଡ଼ା ବ୍ଲକ୍‌‌ର ବିଭିନ୍ନ ଗ୍ରାମକୁ ସଡକ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପ୍ରବଳ ବର୍ଷା ଲାଗିରହିଥିବାରୁ ରାସ୍ତା ଗୁଡ଼ିକରେ ଯାନବାହନ ଚଳାଚଳ ପ୍ରଭାବିତ ହେବା ସହ କୋରାପୁଟ, ଜୟପୁର, ସୁନାବେଡା, କୋଟପାଡ ଆଦି ଅଞ୍ଚଳରେ ଦୋକାନବଜାର ବନ୍ଦ ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏହାସହ ୧୭ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଲାଞ୍ଜିଗଡ଼ରେ ସର୍ବାଧିକ ୧୫୬. ୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଦାରିଙ୍ଗବାଡ଼ିରେ ୧୨୮ ମିମି, ଚିତ୍ରକୋଣ୍ଡାରେ ୧୧୭ ମିମି ବର୍ଷା, ଅତାବିରାରେ ୧୧୬, ଟିକାବାଲିରେ ୧୧୪, ଭଞ୍ଜନଗରରେ ୧୦୨ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories