www.samajalive.in
Sunday, December 14, 2025
26.1 C
Bhubaneswar

୧୪୭ଟି ଗ୍ରାମକୁ ପାନୀୟ ଜଳ ଯୋଗାଇବ ‘ବସୁଧା’ : ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ବ୍ରହ୍ମଗିରି କୃଷ୍ଣ ପ୍ରସାଦ ଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃହତ ପାନୀୟ ଜଳ ପ୍ରକଳ୍ପ ‘ବସୁଧା’ ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୧୮୩ କୋଟି ଟଙ୍କା ବ୍ୟୟରେ ଏହି ପାନୀୟଜଳ ପ୍ରକଳ୍ପ ନିର୍ମାଣ ହେବ। ଏହି ପ୍ରକଳ୍ପ ଦ୍ୱାରା ଗଞ୍ଜାମ ଓ ପୁରୀ ଜିଲାର ମୋଟ୍ ୧୪୭ଟି ଗ୍ରାମକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ।

ପଞ୍ଚାୟତରାଜ ବିଭାଗ ଏବଂ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗର ମିଳିତ ଆନୁକୂଲ୍ୟରେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ଚିଲିକା କୂଳରେ ଥିବା ୧୪୭ ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ‘ବସୁଧା’ ପ୍ରକଳ୍ପର ପରିକଳ୍ପନା କରାଯାଇଛି। ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ର ୯୨ଟି ଗ୍ରାମ ଓ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ୍ର ୫୫ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ହୋଇପାରିବ। ଗଞ୍ଜାମ ଜିଲ୍ଲା ରୁଷିକୂଲ୍ୟା ନଦୀର କଂସାରୀ ଗଣ୍ଡରୁ ଏଥିପାଇଁ ପାଣିର ବ୍ୟବସ୍ଥା କରାଯିବ। ତେବେ ଦୀର୍ଘ ଦିନ ପରେ ସ୍ୱପ୍ନ ପୂରଣ ହେବାକୁ ଯାଉଥିବାରୁ ଅଞ୍ଚଳବାସୀ ଉତ୍ସାହିତ ଥିବା ଜଣାପଡ଼ିଛି।

- Advertisement -

ଏହି ଶିଳାନ୍ୟାସ ଉତ୍ସବରେ ରାଜସ୍ବ ମନ୍ତ୍ରୀ ମହେଶ୍ୱର ମହାନ୍ତି, ପୁରୀ ସାଂସଦ ପିନାକୀ ମିଶ୍ର, ବ୍ରହ୍ମଗିରି ବିଧାୟକ ସଞ୍ଜୟ ଦାସବର୍ମା ଓ ପୁରୀ ଜିଲାପାଳ ଜ୍ୟୋତିପ୍ରକାଶ ଦାସ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories