www.samajalive.in
Sunday, December 14, 2025
14.1 C
Bhubaneswar

ଗୁରୁବାରରେ ଏହି ରାଶିମାନଙ୍କ ପାଇଁ ଶୁଭଫଳ – ସତର୍କ ରୁହନ୍ତୁ ଏମାନେ

ମେଷ-କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳିପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ତେଜସ୍ବୀ ଓ ଧର୍ମପରାୟଣ ହେବେ।
ବୃଷ- ଉଦାର ଚରିତ ସମ୍ପନ୍ନ ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ମିଥୁନ-ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ। ସର୍ବତ୍ର ବିଜୟୀ ହେବେ।
କର୍କଟ- ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁର ଭାଷା, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟା ପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଧନଲାଭର ସୂଚନା ରହିଛି।
ସିଂହ- ଆୟ ଆଶାନୁରୂପ ହେବ। ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁଙ୍କ ଦ୍ବାରା ବିଶେଷ ଉପକୃତ ହେବେ।
କନ୍ୟା- ଥଣ୍ଡା-କଫରେ ଆକ୍ରାନ୍ତ ହୋଇ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କେତେକ କାର୍ଯ୍ୟରେ ବିଘ୍ନ ଉପିଜିପାରେ। ଧାର୍ମିକ ପ୍ରବୃତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। କ୍ରୋଧ ସମ୍ବରଣ କରିବାକୁ ପଡ଼ିବ।
ତୁଳା- ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି। କରିତ୍‌କର୍ମା ହେବେ।
ବିଚ୍ଛା- ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଦ୍ରଚିତ୍ତ ହେବା ଆଶା କରାଯାଏ। ବ୍ୟବସାୟ ଭଲରେ ଚାଲିବ। ଯଶ ଅର୍ଜନ କରିପାରନ୍ତି। ନିଜ ପରିବାର ପ୍ରତି ସ୍ନେହଶ୍ରଦ୍ଧା ରହିବ।
ଧନୁ-ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧି ପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ ଓ ସାହସୀ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ।
ମକର- ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଜ ସାଧ୍ୟ କାର୍ଯ୍ୟ କଷ୍ଟଦାୟକ ହୋଇପାରେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ରହିବାକୁ ପଡ଼ିବ।
କମ୍ଭ- ଉତ୍ସର୍ଗୀକୃତ ମନୋଭାବ ଯୋଗୁଁ ସମାଜ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଥିବା ଅହଂ ଭାବକୁ ବିସର୍ଜନ ଦେଇପାରନ୍ତି। ଜିଞ୍ଜାସୁ ଓ ପ୍ରଶ୍ନିଳ ମନୋଭାବ ହେତୁ ବୁଦ୍ଧିଜୀବୀରେ ପରିଣତ ହେବେ।
ମୀନ- ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Hot this week

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

Related Articles

Popular Categories