www.samajalive.in
Sunday, December 7, 2025
13.1 C
Bhubaneswar

ଯୁବତୀଙ୍କୁ ହତ୍ୟା କରି ଦୟାନଦୀରେ ଫିଙ୍ଗିଦେଲେ

ପୁରୀ : ଜଣେ ଯୁବତୀଙ୍କୁ ହତ୍ୟା କରି ଦୟାନଦୀରେ ଫିଙ୍ଗି ଦିଆଯାଇଛି। ତାଙ୍କର ହାତ ଗୋଡ଼ ବନ୍ଧା ଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନାହିଁ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଜଣାପଡିଛି। ଗଦିଶାଗଦା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜଣେ ଯୁବତୀଙ୍କ ମୃତ ଦେହ ନୂଆଗାଁ ନିକଟ ଦୟାନଦୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆ ଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଯୁବତୀଙ୍କ ବୟସ ୨୫ ରୁ ୩୦ ବର୍ଷ ମଧ୍ୟରେ ହେବ। ଏକ ଆଖା ଭିତରୁ ଯୁବତୀଙ୍କ ମୃତ ଦେହ ମିଳିଥିବା ସ୍ଥାନୀୟ ଅଧିବାସୀ କହିଛନ୍ତି। ଘନ ଅନ୍ଧକାର ଯୋଗୁ ତଦନ୍ତ ବାଧାପ୍ରାପ୍ତ ହୋଇଥିଲା। ଏହି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। କିଛି ବର୍ଷ ତଳେ ପୁରୀର ଜଣେ ମହିଳାଙ୍କୁ ହତ୍ୟା କରି ଦୟାନଦୀରେ ଫିଙ୍ଗି ଦିଆଯାଇ ଥିଲା। ମହିଳାଙ୍କ ଶବ ଚିହ୍ନଟ ପରେ ପୁଲିସ ତାଙ୍କ ସ୍ବାମୀଙ୍କ ସମେତ ୩ ଜଣଙ୍କୁ ଗିରଫ କରିଥିଲା। ତେଣୁ ବୁଧବାର ରାତିରେ ଆଉ ଜଣେ ଯୁବତୀଙ୍କ ମୃତ ଦେହ ଦୟାନଦୀ କୂଳରୁ ମିଳିବା ଘଟଣା ପୁଲିସ ପାଇଁ ଏକ ଚାଲେଞ୍ଜ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories