www.samajalive.in
Tuesday, December 9, 2025
23.1 C
Bhubaneswar

ପ୍ରବଳ ବର୍ଷା ଯୋଗୁଁ ଆଜି ବଲାଙ୍ଗୀରରେ ସବୁ ସ୍କୁଲ ଛୁଟି

ବଲାଙ୍ଗୀର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁଁ ଆଜି ବଲାଙ୍ଗୀରରେ ସବୁ ସ୍କୁଲ ଛୁଟି। ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ନେଇ ଘୋଷଣା କରାଯାଇଛି। ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ୮ ଘଣ୍ଟାରୁ ଅଧିକ ସମୟ ହେବ ସହରରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ରହିଛି।
ସୂଚନାନୁଯାୟୀ, ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ହେଉଛି।୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୨୧୫ ମିିମି ବର୍ଷା ରେକର୍ଡ କରାଯାଇଛି। ରାୟଗଡା ଅମ୍ବାଦଳାରେ ୨୦୫ ମିମି ବର୍ଷା ରେକର୍ଡ କରାଯାଇଛି। ୨ଟି ସ୍ଥାନରେ ଭୀଷଣ ଅତିପ୍ରବଳ, ୧୬ଟି ସ୍ଥାନରେ ଅତିପ୍ରବଳ ବର୍ଷା ସହ ଏମ୍‌‌.ରାମପୁରରେ ୧୯୩, ଜଗତସିଂହପୁରରେ ୧୭୭.୨ ମିମି ବର୍ଷା, କୋଟଗଡରେ ୧୭୬ ମିିମି, ଥୁ.ରାମପୁର ୧୫୮ ମିିମି ବର୍ଷା ରେକର୍ଡ କରାଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories