www.samajalive.in
Saturday, December 13, 2025
23.1 C
Bhubaneswar

୧୭ରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ :  ବିଶ୍ୱକର୍ମା ଜୟନ୍ତୀ ଅବସରରେ ଆସନ୍ତା ୧୭ ତାରିଖରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀ ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ । ଏହି ଯୋଜନା ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଏବଂ ସେମାନଙ୍କର ଦକ୍ଷତା ବୃଦ୍ଧି କରିବ। ‘ପିଏମ୍ ବିଶ୍ୱକର୍ମା’ ଯୋଜନା ପାଇଁ କେନ୍ଦ୍ର ସରକାର ୧୩,୦୦୦ କୋଟି ଟଙ୍କାର ସମ୍ପୂର୍ଣ୍ଣ ପାଣ୍ଠି ଯୋଗାଇ ଦେବେ।  ‘ପିଏମ୍ ବିଶ୍ୱକର୍ମା’ ର ପରିସର ବେଶ ବ୍ୟାପକ ଏବଂ ଏହା ୧୮ଟି କାରିଗରୀ ଶିଳ୍ପକୁ ଅନ୍ତର୍ଭୁକ୍ତ କରିବ । ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର ଜରିଆରେ ବିଶ୍ୱକର୍ମା ମାନଙ୍କୁ ମାନ୍ୟତା ଦିଆଯିବ। ଦକ୍ଷତା ବିକାଶ ପାଇଁ ବିଶ୍ୱକର୍ମା ମାନଙ୍କୁ ଋଣ ସହାୟତା ଓ ପ୍ରଶିକ୍ଷଣ ଦିଆଯିବ

ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କର ନିରନ୍ତର ଲକ୍ଷ୍ୟ ରହିଛି । କେବଳ କାରିଗର ଓ ଶିଳ୍ପୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନୁହେଁ ବରଂ ସ୍ଥାନୀୟ ଉତ୍ପାଦ, କଳା ଓ ହସ୍ତଶିଳ୍ପ ମାଧ୍ୟମରେ ବହୁ ପୁରୁଣା ପରମ୍ପରା, ସଂସ୍କୃତି ଓ ବିବିଧ ଐତିହ୍ୟକୁ ବଞ୍ଚାଇ ରଖିବା ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଦ୍ୱାରା ଏହି ଯୋଜନା ଅନୁପ୍ରାଣିତ ହୋଇଛି ।

- Advertisement -

୧୩,୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କେନ୍ଦ୍ର ସରକାର ପିଏମ୍ ବିଶ୍ୱକର୍ମା ଯୋଜନାକୁ ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ କରିବେ । ଏହି ଯୋଜନା ଅଧୀନରେ ବାୟୋମେଟ୍ରିକ୍ ଆଧାରିତ ପିଏମ୍ ବିଶ୍ୱକର୍ମା ପୋର୍ଟାଲ ବ୍ୟବହାର କରି ସାଧାରଣ ସେବା କେନ୍ଦ୍ର ମାଧ୍ୟମରେ ବିଶ୍ୱକର୍ମା ମାନଙ୍କୁ ମାଗଣାରେ ପଞ୍ଜୀକୃତ କରାଯିବ । ସେମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର, ମୌଳିକ ଓ ଉନ୍ନତ ଦକ୍ଷତା ବିକାଶ ପ୍ରଶିକ୍ଷଣ ସହିତ ୧୫,୦୦୦ ଟଙ୍କାର ଟୁଲକିଟ୍ ପ୍ରୋତ୍ସାହନ ରାଶି, ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ କିସ୍ତି) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ କିସ୍ତି) ପର୍ୟ୍ୟନ୍ତ ବନ୍ଧକମୁକ୍ତ ଋଣ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ ।

କାରିଗର ଏବଂ ଶିଳ୍ପୀ ମାନଙ୍କର ଉତ୍ପାଦ ଏବଂ ସେବାର ଗୁଣବତ୍ତା ତଥା ପ୍ରସାରରେ ଉନ୍ନତି ଆଣିବା ଏବଂ ସେମାନଙ୍କୁ ଘରୋଇ ଏବଂ ବିଶ୍ୱସ୍ତରୀୟ ମୂଲ୍ୟ ଶୃଙ୍ଖଳ ସହିତ ସମନ୍ୱିତ କରିବାକୁ ସୁନିଶ୍ଚିତ କରିବା ହେଉଛି ପିଏମ୍ ବିଶ୍ୱକର୍ମା ଯୋଜନାର ମୁଖ୍ୟ ଲକ୍ଷ୍ୟ ।

ଏହି ଯୋଜନା ସମଗ୍ର ଭାରତରେ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର କାରିଗର ଏବଂ ଶିଳ୍ପୀ ମାନଙ୍କୁ ସହାୟତା ପ୍ରଦାନ କରିବ । ପିଏମ୍  ବିଶ୍ୱକର୍ମା ଯୋଜନା ଅଧୀନରେ ୧୮ଟି ପାରମ୍ପରିକ ହସ୍ତଶିଳ୍ପ ଅନ୍ତର୍ଭୁକ୍ତ ହେବ । ଏଗୁଡିକ ମଧ୍ୟରେ ରହିଛି (୧) ବଢ଼େଇ କାମ ; (୨) ଡଙ୍ଗା ନିର୍ମାଣ; (୩) ଅସ୍ତ୍ରଶସ୍ତ୍ର ନିର୍ମାଣ; (୪) କମାର କାମ ; (୪) ହାତୁଡି ଏବଂ ଟୁଲ୍ କିଟ୍ ପ୍ରସ୍ତୁତି ; (୬) ତାଲା ନିର୍ମାଣ; (୭) ବଣିଆ  ; (୮) କୁମ୍ଭାର କାମ; (୯) ମୂର୍ତ୍ତିଶିଳ୍ପୀ, ପଥର ଶିଳ୍ପୀ; (୧୦) ମୋଚି (ଚପଲ-ଜୋତା କାରିଗର); (୧୧) ମିସ୍ତ୍ରୀ (ରାଜମିସ୍ତ୍ରୀ); (୧୨) ଟୋକେଇ / ଚଟେଇ / ଝାଡୁ ପ୍ରସ୍ତୁତକାରୀ / ନଡିଆ କତା ବୁଣାଳୀ; (୧୩) କଣ୍ଢେଇ ଏବଂ ଖେଳନା ନିର୍ମାଣ (ପାରମ୍ପରିକ); (୧୪) ଭଣ୍ଡାରୀ; (୧୫) ଫୁଲମାଳ ପ୍ରସ୍ତୁତି ; (୧୬) ଧୋବା; (୧୭) ଦରଜୀ; ଏବଂ (୧୮) ମାଛଧରା ଜାଲ ପ୍ରସ୍ତୁତି ।

Hot this week

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

ଲକ୍ଷ୍ମୀଙ୍କ କୃପାରୁ ବିଛା ରାଶିରେ ହେବ ପ୍ରଚୁର ଧନ ବର୍ଷା; ନୂତନ ବର୍ଷରେ ବଦଳିବ ଭାଗ୍ୟ, ସତର୍କ ରୁହନ୍ତୁ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ୍‌ ପଞ୍ଚାଙ୍ଗ ଅନୁସାରେ ୨୦୨୬ରେ ମଙ୍ଗଳ ବିଛା...

Related Articles

Popular Categories