www.samajalive.in
Monday, December 15, 2025
24.1 C
Bhubaneswar

କଂଗ୍ରେସ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

ଗୋପାଳପୁର: ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶୀତଳାପଲ୍ଲୀ ଗ୍ରାମ ମଣ୍ଡପ ଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ପିସିସି ସଭ୍ୟ ଡ଼.ଶମ୍ଭୁ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ଯୋଗ ଦେଇ ଦଳୀୟ ସଙ୍ଗଠନକୁ ମଜବୁତ କରିବାକୁ ପରାମର୍ଶ ଦେଇଥିଲେ। କଂଗ୍ରେସର ପୂର୍ବ ଯୋଜନାକୁ ବର୍ତମାନ କେନ୍ଦ୍ର ଓ ରାଜ୍ୟ ସରକାର ନିଜ ନିଜ ଯୋଜନା ବୋଲି କହୁଥିବା ବେଳେ ଏହାକୁ ବିରୋଧ କରି ଦଳର ଯୋଜନା ବୋଲି ବିଭିନ୍ନ ଉଦାହରଣ ଦେଇ ଆଲୋକପାତ କରିଥିଲେ। ନିର୍ବାଚନ ସମୟରେ ଅନ୍ୟ ଦଳ ନେତାଙ୍କୁ କଂଗ୍ରେସ ଉଚିତ ଜବାବ ମାଗିବ ବୋଲି କହିଥିଲେ। ଏଥିରେ ଆଖପାଖ ଅଞ୍ଚଳର ପ୍ରାୟ ଏକ ଶହରୁ ଉର୍ଦ୍ଧ୍ବ ବିଜେଡି ଓ ଭାଜପା କର୍ମୀ ଦଳ ଛାଡି କଂଗ୍ରେସ ଦଳରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ। ଶେଷରେ ରାମନାଥ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories