www.samajalive.in
Sunday, December 14, 2025
17.1 C
Bhubaneswar

ଟ୍ରକକୁ ଧକ୍କା ଦେଲା କାର୍‌‌ ; ୪ ମୃତ

ନୂଆଦିଲ୍ଲୀ : ମଥୁରାର ଜେଣ୍ଟ ଥାନା ଅନ୍ତର୍ଗତ ଦିଲ୍ଲୀ-ଆଗ୍ରା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାରରେ ଥିବା ପ୍ରାୟ ୪ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହାସହ ୨ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।
ମିଳିଥିବା ସୂଚନାନୁଯାୟୀ, କାରରେ ଥିବା ୫ ଜଣ କୋସି ନନ୍ଦଗାଓଁ ରୋଡରେ ସ୍ଥିତ କୋକିଲାବନ ଶନିଧାମ୍‌‌ ଦର୍ଶନ କରିବାକୁ ଯାଉଥିଲେ। ଜାତୀୟ ରାଜପଥ ନିକଟରେ ଥିବା ଏକ ଢାବାକୁ ଜଣେ ଟ୍ରକ ଚାଳକ ଖାଦ୍ୟ ଖାଇବାକୁ ଯିବାକୁ ରାସ୍ତା ପାର୍‌‌ କରୁଥିବା ସମୟରେ ଏହି କାର୍‌‌ଟି ତାଙ୍କୁ ଧକ୍କା ଦେବା ପରେ ଅନିୟନ୍ତ୍ରିତ ହୋଇ ରାସ୍ତା କଡରେ ଠିଆ ହୋଇଥିବା ଅନ୍ୟ ଟ୍ରକକୁ କାର୍‌‌ଟି ଧକ୍କା ଦେଇଥିଲା। ଏହାପରେ ଏହି ଟ୍ରକର ଚାଳକ ଟ୍ରକକୁ ନେଇ ସେଠାରୁ ଫେରାର ହୋଇଯାଇଥିଲା। ଘଟଣା ସ୍ଥଳରେ କାର୍‌‌ରେ ଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଆହତ ଟ୍ରକ ଚାଳକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories