www.samajalive.in
Monday, December 8, 2025
27.1 C
Bhubaneswar

ତ୍ୱଚା ପାଇଁ କୌଣସି ବରଦାନରୁ କମ୍‍ ନୁହେଁ ମହୁ

ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ମହୁ ଏକ ଉତ୍ତମ ବିକଳ୍ପ। ଘରେ ମଧ୍ୟ ମହୁ ଫେସିଆଲ କରିପାରିବେ। ତ୍ୱଚାରୁ ଦାଗ ଦୂର ସହ ଚମକ ବୃଦ୍ଧି ପାଇଁ ଏହାକୁ କିଭଳି ବ୍ୟବହାର କରିବେ ଜାଣନ୍ତୁ ..
ପ୍ରଥମେ ମହୁର ଏକ ପତଳା ସ୍ତର ମୁହଁରେ ଲଗାନ୍ତୁ। ୧୦ ରୁ ୧୫ ମିନିଟ ଏହାକୁ ମୁହଁରେ ଲଗାଇ ରଖନ୍ତୁ। ଶୁଖିଯିବା ପରେ ପାଣି ମୁହଁରେ ଲଗାଇ ମାଲିସ କରନ୍ତୁ। କିଛି ସମୟ ପରେ ମୁହଁ ଧୋଇ ଦିଅନ୍ତୁ।
ମହୁରେ ଚାଉଳ ଗୁଣ୍ଡ ମିଶାନ୍ତୁ। ଏହାକୁ ଭଲ ଭାବେ ମିଶାଇ ଏହାକୁ ମୁହଁରେ ଲଗାନ୍ତୁ। ଏହା ମୁହଁରୁ ସମସ୍ତ ପ୍ରକାର ଅପରିଷ୍କାର ବାହାର କରି ଦେଇଥାଏ। ମୁହଁର ଦାଗ ମଧ୍ୟ ଦୂର କରିଥାଏ।
୩ୟରେ ମହୁ ସହ କଦଳୀ କିମ୍ବା ଅମୃତଭଣ୍ଡା ଭଲ ଭାବେ ମିଶାନ୍ତୁ। ଏବେ ଏହି ମିଶ୍ରଣକୁ ମୁହଁରେ ଲଗାଇ ମାଲିସ କରନ୍ତୁ। ୧୦ ରୁ ୧୫ ମିନିଟ ରଖି ମୁହଁକୁ ପାଣିରେ ଧୋଇ ଦିଅନ୍ତୁ।
ମହୁରେ ଅଳ୍ପ ଅଟା,ଗୋଲାପ ଜଳ ଓ କଞ୍ଚା କ୍ଷୀର ମିଶାନ୍ତୁ। ଏହାକୁ ମୁହଁରେ ଲଗାଇ କିଛି ସମୟ ରଖି ଶୁଖି ଯିବା ପରେ ଧୋଇ ଦିଅନ୍ତୁ। ତ୍ୱଚା ପାଇଁ କୌଣସି ବରଦାନରୁ କମ୍‍ ନୁହେଁ ଏହି ମହୁ ଫେସିଆଲ୍‍।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories