www.samajalive.in
Thursday, December 11, 2025
26.1 C
Bhubaneswar

କଲ୍ୟାଣସିଂହପୁର ବ୍ଲକରେ ସମିତି ବୈଠକ

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ସମିତି କାର୍ୟ୍ୟାଳୟ ସଦଦ୍ଭାବନା ଗୃହ ଠାରେ ସମିତି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଷମ କଟକ ନିର୍ବାଚନ ମଣ୍ଡଳୀ ର ବିଧାୟକ ତଥା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।
ଏଥିରେ ବିଡ଼ିଓ ସୁନିଲ ଖରା ,ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା, ଉପାଧ୍ୟକ୍ଷ ଡମ୍ବରୁ କଞ୍ଜ।କା, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ,ତହସିଲଦାର ସୁଧାକର ରଇତ,ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ ପ୍ରମୁଖ ମଞ୍ଚାସିନ ରହିଥିଲେ । ସମିତିର ଉନ୍ନୟନ ମୂଳକ କାର୍ୟ୍ୟ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ । ଗରୀବ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ସେମାନଙ୍କୁ ଚାଉଳ କାର୍ଡ ଯୋଗାଇଦେବା ,ବିଧବା, ଭିନ୍ନକ୍ଷମ ଓ ବାର୍ଦ୍ଧକ୍ୟ ଭତ୍ତା ଯେଉଁ ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଚଢୁ ନାହିଁ ସେମାନଙ୍କୁ ହାତରେ ଟଙ୍କା ଦେବା ପାଇଁ ଆଲୋଚନା କରିଥିଲେ । ଏଥିରେ ସମସ୍ତ ବିଭାଗୀୟ ଅଧିକାରୀ ସମେତ ସରପଞ୍ଚ, ସମିତି ସଦସ୍ୟ ଉପସ୍ଥିତ ରହିଥିଲେ । ଶେଷରେ ସାମାଜିକ ସୁରକ୍ଷା ଅଧିକାରୀ ବିଶ୍ୱଜିତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

Related Articles

Popular Categories