www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ : ୮୫ ଜଣଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର : ରାଜ୍ୟ ଆରକ୍ଷୀ ବାହିନୀ ଏବଂ କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୮୫ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଶନିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସେମାନଙ୍କର ସାହସିକତା, ଉଲ୍ଲେଖନୀୟ ଏବଂ ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରିଛନ୍ତି ।
ସ୍ଥାନୀୟ ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟର ପ୍ରେକ୍ଷାଳୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ୨୦୨୧ ମସିହା ସ୍ୱତନ୍ତ୍ରତା ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ମୋଟ ୬୭ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସାହସିକତା ପଦକ ପ୍ରଦାନ କରିଥିଲେ ।
ସେହିପରି ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ରାଜ୍ୟ ଆରକ୍ଷୀ ବାହିନୀର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ଏବଂ ୧୧ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା । ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ଅବସରରେ କାରାଗାର ସଂସ୍ଥା ଓ ସଂସ୍କାର ସେବା ବର୍ଗର ତିନି ଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିବା ବେଳେ ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା ।
ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ସମସ୍ତଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରିଥିଲେ । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ୍‌, ରାଜ୍ୟ କାରାଗାର ଓ ସଂସ୍କାର ସେବା ମହାନିର୍ଦ୍ଦେଶକ ଡ. ମନୋଜ କୁମାର ଛାବ୍ରାଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories