www.samajalive.in
Sunday, December 14, 2025
14.1 C
Bhubaneswar

ବିଶିଷ୍ଟ ଲେଖିକା ତଥା ସାମ୍ବାଦିକା ଗୀତା ମେହଟ୍ଟାଙ୍କ ପରଲୋକ

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ, ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହଟ୍ଟାଙ୍କ ୮୦ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନର ଶାରୀରିକ ଅସୁସ୍ଥତା ପରେ ଗତକାଲି ନିଜ ଦିଲ୍ଲୀ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗୀତା ମେହଟ୍ଟା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ ଥିଲେ। ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିବା ଗୀତା ମେହଟ୍ଟା ସୁପ୍ରସିଦ୍ଧ ଆମେରିକୀୟ ପ୍ରକାଶକ ସୋନି ମେହଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ରେ ସୋନି ମେହଟ୍ଟାଙ୍କ ପରଲୋକ ଘଟିଥିଲା। ସେ ୧୪ଟି ବୃତ୍ତଚିତ୍ର ନିର୍ମାଣ କରିଥିଲେ। ବିଶେଷ ଭାବେ ଯୁଦ୍ଧ କ୍ଷେତ୍ରରେ ସାମ୍ବାଦିକତା ପାଇଁ ସେ ପ୍ରସିଦ୍ଧି ଲାଭ କରିଥିଲେ।

ତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆଦିଲ୍ଲୀ ଯିବେ।

- Advertisement -

ସଂକ୍ଷେପରେ…
ନାମ: ଗୀତା (ପଟ୍ଟନାୟକ) ମେହଟ୍ଟା
ଜନ୍ମ: ୧୯୪୩ (ଦିଲ୍ଲୀ)
ପିତା: ବିଜୁ ପଟ୍ଟନାୟକ
ମାତା: ଜ୍ଞାନ ପଟ୍ଟନାୟକ
ଶିକ୍ଷା ଗ୍ରହଣ: ଭାରତ, ବ୍ରିଟେନ
ସର୍ବୋଚ୍ଚ ସମ୍ମାନ: ପଦ୍ମଶ୍ରୀ (୨୦୧୯)
ବୃତ୍ତଚିତ୍ର ନିର୍ମାଣ ଓ ନିର୍ଦ୍ଦେଶନା: ୧୪
ଯୁଦ୍ଧ ସମ୍ବାଦଦାତା: ୧୯୭୦-୧୯୭୧
ପ୍ରସିଦ୍ଧ ବୃତ୍ତଚିତ୍ର: ବାଂଲାଦେଶ ରିଭଲ୍ୟୁସନ, ଡେଟଲାଇନ ବାଂଲାଦେଶ
ବିବାହ: ୧୯୬୫
ସ୍ୱାମୀ: ସୋନି ମେହଟ୍ଟା
ପୁଅ: ଆଦିତ୍ୟ ସିଂ ମେହଟ୍ଟା

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories