www.samajalive.in
Monday, December 8, 2025
24.1 C
Bhubaneswar

ହୁତୁ ହୁତୁ ହୋଇ ଜଳିଲା ହୋଟେଲ୍‌, ଲୋକେ ଆତଙ୍କିତ

ମସୁରୀ: ଉତ୍ତରାଖଣ୍ଡର ମୁସୁରୀ ସ୍ଥିତ ‘ଦି ରିଙ୍କ୍‌’ ହୋଟେଲରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଭୋର୍‌ ୪ଟା ସମୟରେ ହୋଟେଲରେ ନିଆଁ ଲାଗିଥିବା ଜଣାପଡ଼ିଥିଲା। ଏହି ସମୟରେ ହୋଟେଲ ମାଲିକ ଭିତରେ ଶୋଇଥିଲେ। ନିଆଁ ଲାଗିଥିବା ଜାଣିବା ପରେ ସେ ଝରକା ଭାଙ୍ଗି ବାହାରକୁ ଆସିଥିଲେ। ନିଆଁ ଲାଗିବା ମାତ୍ରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ଏବଂ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।

- Advertisement -

ଖବର ପାଇ ଅଗ୍ନିଶମ ଏବଂ ପୁଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିକାଣ୍ଡ ଯୋଗୁଁ ଚାରିଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ହୋଟେଲରେ ଏବେ ନିର୍ମାଣ କାର୍ଯ୍ୟ ଚାଲିଥିଲା। ଭିତରୁ ସମସ୍ତ କର୍ମଚାରୀ ନିରାପଦରେ ବାହାରକୁ ପଳାଇ ଆସିଥିଲେ। ଅଗ୍ନିକାଣ୍ଡ ଯୋଗୁଁ ଏପର୍ଯ୍ୟନ୍ତ ମୃତାହତ ନେଇ କୌଣସି ଖବର ନାହିଁ। ତେବେ ନିଆଁକୁ ଆୟତ୍ତ କରାଯାଇଥିବା ଉତ୍ତରାଖଣ୍ଡ ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଲୋକଙ୍କ କହିବାନୁସାରେ, ହୋଟେଲରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିଲା। ଅଗ୍ନକାଣ୍ଡ ଯୋଗୁ ହୋଟେଲ ତଳେ ରାସ୍ତାରେ ଠିଆ ହୋଇଥିବା ଦୁଇଟି ଗାଡ଼ି ପୋଡ଼ି ଯାଇଥିବା ଜଣାପଡ଼ିଛି।

 

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories