www.samajalive.in
Saturday, December 13, 2025
21.1 C
Bhubaneswar

ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

ଚୌଦ୍ୱାର : ଚୌଦ୍ୱାର ବାଳିକା ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମମତା ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ନୂତନ ପୋଷାକ ବିତରଣ କରିଥିଲେ । ନଗର ବିଜେଡ଼ି କାର୍ଯ୍ୟକାରୀ ସଭାପତି ବିମଳ କୁମାର ବେଉରା, କାଉନସିଲର ରଙ୍ଗଲତା ସାହୁ, ପରିଚାଳନା କମିଟି ସଭାପତି ରାଜକିଶୋର ସାମନ୍ତରାୟ, ସୁନୀତାରାଣୀ ସ୍ୱାଇଁ ପ୍ରମୁଖ ଏଥିରେ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷୟତ୍ରୀ ମୃଣାଳିନୀ ତ୍ରିପାଠୀ, ନିଗାର ସୁଲତାନା, ବିଜୟ କୁମାର ବାରିକ, ଭକ୍ତମୟୀ କୁଅଁର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories