www.samajalive.in
Saturday, December 13, 2025
15.1 C
Bhubaneswar

‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା’ଯୋଜନାର ଶୁଭାରମ୍ଭ

କେନ୍ଦୁଝରଗଡ଼  : କେନ୍ଦ୍ର ସରକାରଙ୍କ ପକ୍ଷରୁ ରବିବାର  ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା’ ଯୋଜନା ସମଗ୍ର ଦେଶରେ ଆରମ୍ଭ ହୋଇଛି। ଏହି ଅବସରରେ କେନ୍ଦୁଝର ଜିଲା ବିଜେପି ପକ୍ଷରୁ ଜିଲା କାର୍ଯ୍ୟାଳୟରେ ଓବିସି ମୋର୍ଚ୍ଚା ସଂଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ପାଳନ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ୭୩ତମ ଜୟନ୍ତୀ ପାଳନ ଅବସରରେ ଜିଲା ବିଜେପି ପକ୍ଷରୁ ଏକ ୭୩ କି.ଗ୍ରା.ବିଶିଷ୍ଟ ଲଡୁ ପ୍ରସ୍ତୁତ କରାଯାଇ ସମସ୍ତଙ୍କୁ ବଣ୍ଟନ କରାଯାଇଥିଲା । ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀ ଏବଂ ରାଜ୍ୟ ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶ୍ୱକର୍ମା ଯୋଜନାର ସୁଫଳ ନେବାକୁ ଉପସ୍ଥିତ ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ।

- Advertisement -

ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ନଗରପାଳ ନିକୁ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କିରଣବାଳା ନାଏକ, କେନ୍ଦୁଝର ଲୋକସଭା ସଂଯୋଜକ ଶୁକଦେବ ମହାନ୍ତ ଓ ରାଜ୍ୟ ଓବିସି ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ସାବିତ୍ରୀ ବିଶ୍ୱାଳ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦ୍ୱାରା  ଉଦ୍‌‌ଘାଟିତ ‘ଯଶ ଭୂମି’ ଓ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା’ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ସ୍ୱାଗତ କରିଥିଲେ । ଓବିସି ମୋର୍ଚ୍ଚା ଜିଲା ସଭାପତି ଲକ୍ଷ୍ମଣ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟ ଓବିସି ମୋର୍ଚ୍ଚା ସଂଯୋଜକ ଚନ୍ଦ୍ରଗୁପ୍ତ ପ୍ରସାଦ ପରିଚାଳନା କରିଥିଲେ । ବିଶ୍ୱକର୍ମା ଯୋଜନାର ୧୮ଟି ସମୁଦାୟର ବିଭିନ୍ନ ସମାଜର ବିଶ୍ୱକର୍ମା ମାନଙ୍କ ମଧ୍ୟରୁ ୪୦୦ରୁ ଅଧିକ ହିତାଧିକାରୀ ଜିଲା ବିଜେପି କାର୍ଯ୍ୟାଳୟରେ ପହଞ୍ଚି ଏହି ଯୋଜନାର ଲାଭ ଉଠାଇବାକୁ ପଞ୍ଜିକରଣ କରିଛନ୍ତି । ଜିଲା ବିଜେପି ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା ମଞ୍ଚ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କବିତା ପାଠ ପ୍ରତିଯୋଗିତାରେ ସୁଧା ଅଗ୍ରୱାଲ ଓ ମୋଦୀଙ୍କ ସ୍ୱତନ୍ତ୍ର ସ୍କେଚ୍‌‌ ଚିତ୍ରାଙ୍କନ ପ୍ରତିଯୋଗିତାରେ ସୁମନ ପତିଙ୍କୁ ସମ୍ବର୍ଦ୍ଧିିତ କରାଯାଇଥିଲା । ଜିଲା ବିଜେପିର ସମସ୍ତ କାର୍ଯ୍ୟକର୍ତ୍ତା ଓ ପ୍ରମୁଖ ପଦାଧିକାରୀଙ୍କ ସହିତ ବହୁ କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories