www.samajalive.in
Monday, December 15, 2025
16.1 C
Bhubaneswar

ପାନ ଚାଷକୁ ‘ରାଜ୍ୟ ଯୋଜନା’ରେ ସ୍ବତନ୍ତ୍ର ସହାୟତା

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସମେତ ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।
ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁ ପାନ ଚାଷୀଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ। ପାନ ବରଜ ଥିବା ଚାଷୀଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ୍ ପିଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ୍ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ୍ କ୍ରେଡିଟ୍ କାର୍ଡ ଜରିଆରେ ବିନା ସୁଧରେ ଏକଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନ ପତ୍ର ବ୍ୟବସାୟରେ ଜିଏସ୍‌ଟି ଲାଗୁ ସମ୍ପର୍କରେ ଜିଏସ୍‌ଟି ଆୟୁକ୍ତଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନ ପତ୍ର ପ୍ରକ୍ରିୟାକରଣ ୟୁନିଟ୍‌ଗୁଡ଼ିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ରିଆତି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ୍‌ ପକ୍ଷରୁ ଏକ ଡିପିଆର ପ୍ରସ୍ତୁତ କରାଯିବ।
ସେହିପରି ଗଞ୍ଜାମର କିଆଫୁଲ ଚାଷୀଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟ୍‌ରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ଦିଆଯିବ। କିଆଫୁଲ ଚାଷ ସ୍ଥାନଗୁଡ଼ିକର ସାଇଣ୍ଟିଫିକ୍ ମ୍ୟାପିଂ କରାଯାଇ ଏହି ସହାୟତା ଦିଆଯିବ।
ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ପ୍ରଦାନ କରାଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଓ ଗଞ୍ଜାମ ଜିଲାପାଳ ମିଳିତ ଭାବେ ମୋଡାଲିଟି ପ୍ରସ୍ତୁତ କରିବେ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟ୍‌କୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ।
ଗଞ୍ଜାମ ଜିଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ କରିବାକୁ ବୈଷୟିକ ସହାୟତା ଯୋଗାଇ ଦେବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି ନିଷ୍ପତ୍ତି ହୋଇଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories