www.samajalive.in
Sunday, December 14, 2025
14.1 C
Bhubaneswar

ବିଶିଷ୍ଟ ଲେଖିକା ତଥା ସାମ୍ବାଦିକା ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ : ଦିଲ୍ଲୀ ଲୋଦି ରୋଡ୍‌‌ ଶ୍ମଶାନ ଘାଟରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସୋମବାର ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ସିଂ ମେହେଟ୍ଟା ମୁଖାଗ୍ନି ଦେଇଛନ୍ତି। ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ତାଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଓ ଅନ୍ୟ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ମଧ୍ୟ ଉପସ୍ଥିତ ଥିଲେ। ଅନଙ୍ଗ ଉଦୟ ସିଂଦେଓ, ବୈଜୟନ୍ତ ପଣ୍ଡା, ସାଂସଦ ପିନାକୀ ମିଶ୍ର, ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ।
ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ, ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହେଟ୍ଟାଙ୍କ ୮୦ ବର୍ଷ ବୟସରେ ପରଲୋକ ଘଟିଥିଲା। ଦୀର୍ଘ ଦିନର ଶାରୀରିକ ଅସୁସ୍ଥତା ପରେ ଗତ ଶନିବାର ସେପ୍ଟେମ୍ବର ୧୬ରେ ନିଜ ଦିଲ୍ଲୀ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଗୀତା ମେହେଟ୍ଟା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ ଥିଲେ। ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିବା ଗୀତା ମେହେଟ୍ଟା ସୁପ୍ରସିଦ୍ଧ ଆମେରିକୀୟ ପ୍ରକାଶକ ସୋନି ମେହେଟ୍ଟାଙ୍କୁ ବିବାହ କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories