www.samajalive.in
Thursday, December 11, 2025
13.1 C
Bhubaneswar

ବାଇକ ଦୁର୍ଘଟଣା: ସ୍ୱାମୀ-ସ୍ତ୍ରୀଙ୍କ ସମେତ ସ୍କୁଲଛାତ୍ରୀ ଗୁରୁତର

କଲମପୁର: କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର ବୁଲାଣି ନିକଟରେ ସୋମବାର ଘଟିଛି ଏକ ବାଇକ ଦୁର୍ଘଟଣା। ଏଥିରେ ସ୍ୱାମୀ, ସ୍ତ୍ରୀଙ୍କ ସମେତ ଜଣେ ସ୍କୁଲଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ସହାୟତାରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି। କିନ୍ତୁ ସମସ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଥୁଆମୁଳ ରାମପୁର ବ୍ଲକ ଅଧିନସ୍ଥ ମର୍ଦ୍ଦିଗୁଡା ସରକାରୀ ବିଦ୍ୟାଳୟରେ ମେଟ୍ରନ ଭାବେ ନିୟୋଜିତ ନାନ୍ଦୁଲ ଗ୍ରାମର ସୁଚିତ୍ରା ଭୋଇ ନିଜ ସ୍ୱାମୀ ଶିଶିର କୁମାର ସାହୁ ଓ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ସ୍କୁଲଛାତ୍ରୀ ଶୁଭାସିନୀ ନାଏକଙ୍କୁ ସାଙ୍ଗରେ ନେଇ ଏକ ବାଇକ ଯୋଗେ କଲମପୁର ଆସିଥିଲେ। ନିଜ କାମ ସାରି ପୁଣି ବାଇକରେ ମର୍ଦ୍ଦିଗୁଡାକୁ କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତା ଦେଇ ଫେରୁଥିଲେ। ବାଇକ ଚାଳକ ଶିଶିରର ବେପରୁଆ ଭାବେ ବାଇକ ଚାଳନା ଯୋଗୁଁ କୁଲେଇଜୋର ବୁଲାଣି ନିକଟରେ ବାଇକରୁ ଭାରସାମ୍ୟ ହରାଇ ତିନ ଜଣ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ସହାୟତାରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପରବର୍ତି ସମୟରେ ଅଧିକ ଚିକିତ୍ସା ଆବଶ୍ୟକ ଯୋଗୁଁ ତିନି ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

- Advertisement -

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories