www.samajalive.in
Sunday, December 14, 2025
15.1 C
Bhubaneswar

ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କୃଷି ମନ୍ତ୍ରୀଙ୍କ ସମବେଦନା 

ତିଗିରିଆ :  ତିଗିରିଆ ବ୍ଳକ ନୂଆ ସଡ଼କ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ବିଧାୟକ ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଏହି ଦୁଃପରିସ୍ଥିତିରେ ସେମାନଙ୍କ ପରିବାରକୁ ଭଗବାନ ଧର୍ଯ୍ୟ ଦିଅନ୍ତୁ ବୋଲି କହିଛନ୍ତି। ଗୁରୁତର ଆହତ ହୋଇ କଟକ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ରହିଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଦୁର୍ଘଟଣାରେ ମୃତକମାନେ ତିଗିରିଆ ଅଞ୍ଚଳର ହୋଇଥିବା ବେଳେ ମନ୍ତ୍ରୀ ଶ୍ରୀ ସ୍ବାଇଁଙ୍କ  ଅନୁରୋଧ କ୍ରମେ ରେଡକ୍ରସ ପାଣ୍ଠିରୁ ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ୩୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ପାଇଁ ନିଷ୍ପତି ନିଆଯାଇଥିବା ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories