www.samajalive.in
Sunday, December 7, 2025
15.1 C
Bhubaneswar

ଓଡିଆ ଜାତିର ଚିରସ୍ମରଣୀୟ ବ୍ୟକ୍ତିତ୍ୱ ବାରିଷ୍ଟର ବିଶ୍ୱନାଥ ମିଶ୍ର

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ବାରିଷ୍ଟର, ଓଡିଆ ଭାଷା ଆନ୍ଦୋଳନର ପୁରୋଧା ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ୯୦ତମ ଶ୍ରାଦ୍ଧ ଦିବସ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି। ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ଭୁବନେଶ୍ୱର ରାଜଭବନ ସମ୍ମୁଖସ୍ଥ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି।

ଗାୟକ ଆହ୍ଲାଦ ସୁରେନ୍ଦ୍ର ନାଥ ଛୋଟରାୟ ବନ୍ଦନା ଗାନ କରିବା ପରେ ବିଧାୟକ ପ୍ରଫୁଲ୍ଲ ସାମଲ, ପ୍ରବୀର ମହାନ୍ତି, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜା ଶଙ୍କର ମହାପାତ୍ର, ଉଇ ଫର ଭୁବନେଶ୍ୱର ପକ୍ଷରୁ ନରେନ ସାହୁ, ହାଡ଼ିବନ୍ଧୁ ବେଉରିଆ, ଜୟ ଓଡିଶା ପକ୍ଷରୁ ହରପ୍ରିୟା ପଟ୍ଟଯୋଶୀ ଓ ଅନ୍ୟମାନେ ବିଶ୍ୱନାଥ ମିଶ୍ରଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ। ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସହପାଠୀ ସ୍ବର୍ଗତ ମିଶ୍ର ଆଇନ ବ୍ୟବସାୟ ସହିତ ଓଡିଆ ଭାଷା ଭାଷୀ ଅଞ୍ଚଳର ଏକତ୍ରିକରଣ ପାଇଁ କାର୍ଯ୍ୟ କରୁଥିଲେ। ଆଜିର ଦିନରେ ସିମଲା ଠାରେ ସେ ଇହଲୀଳା ସମ୍ବରଣ କରିଥିଲେ। ସେ ଓଡିଆ ଜାତିର ଚିରସ୍ମରଣୀୟ ବ୍ୟକ୍ତିତ୍ୱ ଭାବେ ଚିରବନ୍ଦନୀୟ ବୋଲି ଅତିଥି ମାନେ ଅବିହିତ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories