www.samajalive.in
Thursday, December 11, 2025
16.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାପା, ପୁଅ ଓ ପୁତୁରାଙ୍କ ମୃତ୍ୟୁ; ୬ ଗୁରୁତର

ଧର୍ମଗଡ଼: ଟ୍ରକ-ଅଟୋ ମୁହାଁମୁହିଁ ଧକ୍କାରେ ଗୋଟିଏ ପରିବାର ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଜୁନାଗଡ଼ ଥାନା ଦାସୀ ଗାଁ ବୁଲାଣିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ପର୍କୀୟଙ୍କ ଘରକୁ ଅଟୋରେ ଯାଉଥିବାବେଳେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବାପା, ପୁଅ ଓ ପୁତୁରାଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୬ ଗୁରୁତର ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ନୂଆଖାଇ ପାଇଁ ଥୁଆମୁଲ୍-ରାମପୁର ଥାନା କାଠକୁରା ଗାଁର ପଦୁସର ନାଏକ ନିଜ ପରିବାର ଲୋକଙ୍କ ସହ ଅଟୋରେ ଧର୍ମଗଡ଼ ଥାନା ଛିଲପା ଗାଁରେ ଥିବା ନିଜ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ। ସେମାନେ ଯାଉଥିବା ଅଟୋଟି ଜୁନାଗଡ଼ ଥାନା ଦାସୀ ଗାଁ ନିକଟରେ ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିଲା। ସାମ୍ନାରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ୍‌ ଅଟୋକୁ ଧକ୍କା ଦେଇଥିଲା। ଯାହାଫଳରେ ଅଟୋଟି ଓଲଟି ପଡ଼ିଥିଲା। ଘଟଣା ସ୍ଥଳରେ ପଦୁସର ନାଏକ, ତାଙ୍କ ପୁଅ କୃଷ୍ଣ ନାଏକ ଓ ପୁତୁରା ଅମୃତସର ନାଏକଙ୍କ ମୃତ୍ୟୁ ଘଟିଥିଲା।
ସ୍ଥାନୀୟ ଲୋକେ ଅଟୋ ଭିତରେ ଚାପି ହୋଇଥିବା ଅନ୍ୟ ୬ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି। ପୁଲିସ୍ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଥିବା ବେଳେ ଚାଳକକୁ ଅଟକ ରଖିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories