www.samajalive.in
Sunday, December 14, 2025
14.1 C
Bhubaneswar

ସାଧାରଣତନ୍ତ୍ର ଦିବସରେ ଅତିଥି ହେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ନୂଆଦିଲ୍ଲୀ:୨୦୨୪ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପାଇଁ ଜୋ ବାଇଡେନଙ୍କୁ ନିମନ୍ତ୍ରଣ କରାଯାଇଛି। ଗଣତନ୍ତ୍ର ଦିବସରେ ଅତିଥି ହେବାକୁ ଜୋ ବାଇଡେନଙ୍କୁ ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଭାରତ-ଆମେରିକା ଜି-୨୦ ଆଲୋଚନାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କରିଛନ୍ତି। ୨୦୨୪ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ଅତିଥି ଭାବେ ଯୋଗଦେବା ପାଇଁ ଜୋ ବାଇଡେନଙ୍କୁ ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି ବୋଲି ଆମେରିକା ରାଷ୍ଟ୍ରଦୂତ ଏରିକ ଗାର୍ସେଟି ସୂଚନା ଦେଇଛନ୍ତି।

ନିକଟରେ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଶେଷ ହୋଇଛି। ଏହି ସମୟରେ ଦିଲ୍ଲୀ ଆସିଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏତିକି ବେଳେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ମୁଖ୍ୟ ଅତିଥି ଭାବେ ଭାରତର ସାଧାରଣତନ୍ତ୍ର ଦିବସରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ ୨୦୧୮ରେ ଭାରତ ସରକାରଙ୍କ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାଧାରଣତନ୍ତ୍ର ଦିବସ ପାଇଁ ନିମନ୍ତ୍ରଣ କରାଯାଇଥିଲା କିନ୍ତୁ ଘରୋଇ କାର୍ଯ୍ୟକ୍ରମ ପାଇଁ ସେ ଆସି ପାରି ନଥିଲେ। ସେହି ବର୍ଷ ଇଜିପ୍ଟ ରାଷ୍ଟ୍ରପତି ଅବଦେଲ ଫତାହ ଇଲସିସି ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହୋଇଥିଲେ। ୨୦୧୫ରେ ବାରାକ ଓବାମା ପ୍ରଥମ ଆମେରିକୀୟ ରାଷ୍ଟ୍ରପତି ଭାବେ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

Hot this week

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

Related Articles

Popular Categories