www.samajalive.in
Monday, December 15, 2025
24.1 C
Bhubaneswar

ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବାଚସ୍ପତି

ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହୋଇଛନ୍ତି ବିଜେଡି ବାଚସ୍ପତି ପ୍ରାର୍ଥୀ। ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି। ଆସନ୍ତାକାଲି ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି। ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଥିବାରୁ ପ୍ରମିଳା ମଲ୍ଲିକ ବାଚସ୍ପତି ହେବା ଏକ ପ୍ରକାର ନିଶ୍ଚିତ ହୋଇଛି। ଓଡ଼ିଶା ବିଧାନସଭାରେ ପ୍ରଥମ ଥର ପାଇଁ ଜଣେ ମହିଳା ବାଚସ୍ପତି ହେବେ। ସେହିପରି ଅନୁସୂଚିତ ଜାତି ବର୍ଗରୁ ପ୍ରଥମଥର ପାଇଁ ପ୍ରମିଳା ମଲ୍ଲିକ ବାଚସ୍ପତି ହେବେ। ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି ଏବଂ ତାଙ୍କୁ ହିଁ ବାଚସ୍ପତି ଭାବେ ନିର୍ବାଚିତ କରିବାକୁ ବିଜେଡି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ବାଚସ୍ପତି ପ୍ରାର୍ଥୀ ହେବା ପରେ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ଉପରେ ଭରସା କରିଥିବାରୁ ମୁଁ ବେଶ ଖୁସି। ମୋର ଅଭିଜ୍ଞତା ଓ ମୁଖ୍ୟମନ୍ତ୍ରୀଙ୍କ ବିଶ୍ବାସକୁ ନେଇ ବାଚସ୍ପତି ଭାବେ ବିଧାନସଭା ଚଳାଇବି। ପ୍ରଥମଥର ପାଇଁ ବାଚସ୍ପତି ଭାବେ ସୁଯୋଗ ଦେଇ ମହିଳାଙ୍କ ଦକ୍ଷତା ଓ ରାଜନୀତିରେ ସଶକ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେଇଥିବା ଉଦ୍ୟମ ପ୍ରଶଂସନୀୟ। ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁଦଳ ସହ ଆଲୋଚନା କରିବି, ଫଳରେ ବିଧାନସଭା ସୁରୁଖୁରୁରେ ଚାଲିବ। ବାଚସ୍ପତି ହେବା ପରେ ବିଧାନସଭାକୁ ନିରପେକ୍ଷ ଭାବେ ଚଳାଇବି ବୋଲି ପ୍ରମିଳା ମଲ୍ଲିକ ପ୍ରକାଶ କରିଛନ୍ତି।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories