www.samajalive.in
Sunday, December 14, 2025
19.1 C
Bhubaneswar

ମହିଳା ସଂରକ୍ଷଣ ବିଲ ଲୋକସଭାରେ ପାରିତ

ନୂଆଦିଲ୍ଲୀ: ମହିଳା ସଂରକ୍ଷଣ ବିଲ ଲୋକସଭାରେ ପାରିତ ହୋଇଛି। ମହିଳା ସଂରକ୍ଷଣ ବିଲ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପାରିତ ହୋଇଥିବା ଜଣାପଡ଼ିଛି। ଭୋଟିଂ ଜରିଆରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ। ମହିଳା ସଂରକ୍ଷଣ ବିଲ ସପକ୍ଷରେ ୪୫୪ ଓ ବିପକ୍ଷରେ ୨ଟି ଭୋଟ ପଡ଼ିଛି।
ଦୀର୍ଘ ୭ ଘଣ୍ଟାରୁ ଅଧିକ ସମୟର ବିତର୍କ ପରେ ଲୋକସଭାରେ ପାରିତ ହୋଇଛି ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍‌। ମଙ୍ଗଳବାର କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ ବା ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଲୋକସଭାରେ ଉପସ୍ଥାପନ କରାଯାଇଥିଲା।

ଏଠାରେ ସୂଚନା ଯୋଗ୍ୟ ଯେ ଦୀର୍ଘ ୩ ଦଶନ୍ଧି ଧରି ଏକାଧିକ ଥର ମହିଳା ସଂରକ୍ଷଣ ବିଲକୁ ପାସ୍‌ କରିବାକୁ ଲୋକସଭାରେ ପ୍ରୟାସ କରାଯାଇଥିଲା। ୨୦୧୦ରେ ରାଜ୍ୟଭାରେ ମହିଳା ସଂରକ୍ଷିତ ବିଲ୍‌ ପାରିତ ହୋଇଥିଲା। ତେବେ ଲୋକସଭାରେ ପ୍ରଥମଥର ପାଇଁ ସର୍ବସମ୍ମତିକ୍ରମେ ମହିଳା ସଂରକ୍ଷଣ ବିଲ ପାରିତ ହୋଇଛି।

- Advertisement -

ମହିଳା ସଂରକ୍ଷଣ ବିଲ ପାରିତ କରିବା ପାଇଁ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନ ଦରକାର ରହିଥିଲା। ଏହି ବିଲ୍‌ ସପକ୍ଷରେ ୪୫୪ ଭୋଟ ପଡ଼ିଥିବା ବେଳେ ବିପକ୍ଷରେ ୨ଟି ଭୋଟ ପଡ଼ିଛି। ବିଲ୍‌ରେ ଲୋକସଭା, ସମସ୍ତ ବିଧାନସଭା ଓ ଦିଲ୍ଲୀ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ଆସନ ସଂରକ୍ଷଣ ହୋଇ ରହିବ ବୋଲି ବ୍ୟବସ୍ଥା ରହିଛି।

ରାଜ୍ୟସଭାରେ ମହିଳ ସଂରକ୍ଷଣ ବିଲ୍‌ ପାରିତ ହେବା ପରେ ଏହା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ଯିବ। ସେ ଏହାକୁ ଅନୁମୋଦନ ଦେବା ପରେ ମହିଳା ସଂରକ୍ଷଣ ବିଲ୍‌ଟି ଆଇନରେ ପରିଣତ ହୋଇଯିବ। କିନ୍ତୁ ଆଇନରେ ପରିଣତ ହେଲେ ମଧ୍ୟ ଏହାର ବ୍ୟବସ୍ଥା ୨୦୨୯ ପୂର୍ବରୁ ଲାଗୁ ହୋଇପାରିବ ନାହିଁ ବୋଲି ଜଣାପଡ଼ିଛି।

ଅପରପକ୍ଷରେ ୨୦୨୯ ନିର୍ବାଚନ ବେଳକୁ ହିଁ ମହିଳା ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇପାରେ। ମହିଳା ସଂରକ୍ଷଣ ବିଲ୍‌ ଆଇନରେ ପରିଣତ ହେଲେ ମଧ୍ୟ ସଂରକ୍ଷଣ ବ୍ୟବସ୍ଥା କେବଳ ପ୍ରଥମ ସୀମା ପୁନଃ ନିର୍ଦ୍ଧାରଣ କିମ୍ବା ନିର୍ବାଚନ ମଣ୍ଡଳୀ ପୁର୍ନଗଠିତ ହେବା ପରେ ଲାଗୁ ହେବ। ପରବର୍ତ୍ତୀ ଜନଗଣନା ପରେ ନିର୍ବାଚନ ମଣ୍ଡଳୀ ପୁର୍ନଗଠିତ ହେବ ଏବଂ ୨୦୨୭ରେ ଦେଶରେ ଜନଗଣନା କରାଯିବ ବୋଲି ସୂଚନା ମିଳିଛି।

ନାରୀ ଶକ୍ତି ବନ୍ଦନ ଅଧିନିୟମ ଅନୁଯାୟୀ ପ୍ରତି ସୀମା ପୁନଃ ନିର୍ଦ୍ଧାରଣ ପରେ ମହିଳାଙ୍କ ପାଇଁ ସଂରକ୍ଷଣ ହୋଇଥିବା ଆସନ ବଦଳିବ। ଲୋକସଭା ଓ ରାଜ୍ୟ ବିଧାନସଭାର ଏକ ତୃତୀୟାଂଶ ଆସନ ମହିଳାଙ୍କ ପାଇଁ ସଂରକ୍ଷଣ ହୋଇ ରହିବ, ଯାହା ନିର୍ବାଚନ ଦ୍ୱାରା ପୂରଣ କରାଯିବ। ଏହି ସଂରକ୍ଷଣ ବ୍ୟବସ୍ଥା ରାଜ୍ୟସଭା କିମ୍ବା ରାଜ୍ୟ ବିଧାନ ପରିଷଦ ପାଇଁ ଲାଗୁ କରାଯିବ ନାହିଁ। ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଥିବା ଆସନଗୁଡ଼ିକ ମଧ୍ୟରୁ ଏକ ତୃତୀୟାଂଶ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ପାଇଁ ରହିବ। ତେବେ ବିଲ୍‌ରେ ଅନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ କୌଣସି ସଂରକ୍ଷଣ ବ୍ୟବସ୍ଥା କରାଯାଇ ନାହିଁ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories