www.samajalive.in
Wednesday, December 10, 2025
14.1 C
Bhubaneswar

ସଡ଼କ ଦୁର୍ଘଟଣା ଜଣେ ମୃତ , ୨ ଆହତ

ରାଇରଙ୍ଗପୁର : ଶୁକ୍ରବାର ସକାଳେ ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ନୂଆଗାଁ ଅଶନବଣି ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ସଡ଼କ ଦୁର୍ଘଟଣାରେ ଏକ ଟ୍ରକ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହ ଥିବା ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବିଶୋଇ ଥାନା ଅନ୍ତର୍ଗତ ସାନମଣଦା ଗ୍ରାମର ଗୋବିନ୍ଦ କାଲୁଣ୍ଡିଆ।
ସୂଚନା ଅନୁଯାୟୀ ଗୋବିନ୍ଦ ନିଜ ବାଇକରେ ତାଙ୍କ ଶାଶୁ ଓ ଭାଣିଜୀକୁ ନେଇ ଘରକୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ତାଙ୍କ ବାଇକକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ରାସ୍ତା ଉପରେ ପଡ଼ି ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ଶାଶୁ ଓ ଭାଣିଜୀ ଗୁରୁତର ଆହତ ହୋଇଛନ୍ତି। ଶାଶୁଙ୍କୁ ବାରିପଦା ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଭାଣିଜୀଙ୍କୁ ମଣଦା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଗ୍ରାମ ଲୋକ ପହଞ୍ଚି ଉତ୍ତେଜନା ସୃଷ୍ଟି କରିଛନ୍ତି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ଏହି କାରଣରୁ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବନ୍ଦ ରହିଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories