www.samajalive.in
Sunday, December 14, 2025
26.1 C
Bhubaneswar

ରକ୍ତଦାନ ଶିବିର, ୯୨ ୟୁନିଟ ରକ୍ତ ସଂଗ୍ରହ

ଗଞ୍ଜାମ: ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଗଣେଶ ପୂଜା କମିଟି ପକ୍ଷରୁ ସ୍ଥାନୀୟ ଗ୍ରାସୀମ କମ୍ପାନୀ ସହଯୋଗରେ ଏକ ରକ୍ତଦାନ ଶିବିର ଗ୍ରାମର ସାଂସୃତିକ ଗୃହ ମଧ୍ୟରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବେଛାସେବୀ ମାନେ ୯୨ ୟୁନିଟ ରକ୍ତଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଟା ପ୍ରଧାନ ଯୋଗଦେଇ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ସମ୍ମାନିତ ଅତିଥିଭାବେ ଯୋଗଦେଇ ସ୍ବେଛାକୃତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ସାଂସୃତିକ ଗୃହ ସମ୍ମୁଖରେ ଅତିଥି ମାନଙ୍କ ଦ୍ୱାରା ଚାରା ରୋପଣ କରାଯାଇଥିଲା। ବ୍ରହ୍ମପୁର ରକ୍ତ ଭଣ୍ଡାର କର୍ମକର୍ତ୍ତା ରକ୍ତ ସଂଗ୍ରହ କରିଥିଲେ। ପୁଇଁତୋଳା ଗଣେଶ ପୂଜା କମିଟି ଏହାର ପରିଚାଳନା କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories