www.samajalive.in
Monday, December 15, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘର ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି। ଡିସେମ୍ବର ସୁଦ୍ଧା ଦାବି ପୂରଣ ପରେ ଆନ୍ଦୋଳନ ସ୍ଥଗିତ ରଖିାଯାଇଛି। ଶିକ୍ଷକ ଆନ୍ଦୋଳନ ସ୍ଥଗିତ ନେଇ ମହାସଂଘ ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି। ଆଲୋଚନାରେ ପ୍ରାଥମିକ ଶିକ୍ଷକ ମହାସଂଘର ୯ ସଂଘ ସାମିଲ ଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘର ଆଲୋଚନା ଶେଷ ହୋଇଛି। ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ସଂଘ ପକ୍ଷରୁ କୁହାଯାଇଛି। ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଚାରୁଲତା ମହାପାତ୍ରଙ୍କ ସୂଚନା ଅନୁଯାୟୀ ଭିଡିଓ କଲରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୫-ଟି ସଚିବ ଭିକେ ପାଣ୍ଡିଆନଙ୍କ ସହ ଆଲୋଚନା ହୋଇଛି। ଠିକା ନିଯୁକ୍ତିକୁ ନିୟମିତ, ଗ୍ରେଡ ପେ ବୃଦ୍ଧି ଓ ପୁରାତନ ପେନସନ ଯୋଜନା ଲାଗୁ ଭଳି ମୁଖ୍ୟ ଦାବି ସମ୍ପର୍କରେ ଆଲୋଚନା କରାଯାଇଛି। ଏହି ଦାବିକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଗ୍ରହଣ କରିଥିବାରୁ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି ବୋଲି କୁହାଯାଇଛି।

- Advertisement -

ଡିସେମ୍ବର ମାସ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଶିକ୍ଷକଙ୍କୁ ବୈଠକରେ ୫-ଟି ସଚିବ ଭିକେ ପାଣ୍ଡିଆନ ପ୍ରକାଶ କରିଛନ୍ତି। ନୂଆବର୍ଷରେ ନୂଆ ଭେଟି ପ୍ରାଥମିକ ସ୍କୁଲ ଶିକ୍ଷକଙ୍କୁ ମିଳିପାରେ ବୋଲି ଆଶ୍ଵାସନା ମିଳିଛି । ଆଜି ବୈଠକରେ ୧୦ ଟି ପ୍ରାଥମିକ ସଂଘରୁ ୯ ସଂଘ ଯୋଗ ଦେଇଥିଲେ। ମିଳିତ ପ୍ରାଥମିକ ଶିକ୍ଷକ ସଂଘକୁ ଡାକରା ହୋଇନଥିଲା ବୋଲି ଚାରୁଲତା ମହାପାତ୍ର ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories