www.samajalive.in
Monday, December 15, 2025
14.1 C
Bhubaneswar

ବରାଳ ଦେବୀ ପୀଠରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ: ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ପଞ୍ଚାୟତର ମାଁ ବରାଳ ଦେବୀ ପବିତ୍ର ପୀଠରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ବଲସକୁମ୍ପା ବିଜେପି ମଣ୍ଡଳ ସଭାପତି ରାଜେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଶନିବାର ଦିନ ଆୟୋଜିତ ହୋଇଥିଲା।ବିଜେପି ନେତା ମାନେ ସର୍ବ ପ୍ରଥମେ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ବରାଳ ଦେବୀଙ୍କ ଦର୍ଶନ କରିବା ପରେ ମନ୍ଦିରରୁ ମାଟି ସଂଗ୍ରହ କରି ବଲସକୁମ୍ପା ଗ୍ରାମର ପ୍ରତେକ ଘର ବୁଲି ମାଟି ସଂଗ୍ରହ କରିଥିଲେ। କାର୍ଯ୍ୟକ୍ରମରେ ଉମା ଚରଣ ମଲ୍ଲିକ, ସୁବାଷ ଜାନି, ସରୋଜ ସାହୁ, ଭଗବାନ ଗୁରୁ ,ସରୋଜ ମଲ୍ଲିକ, ରଘୁନାଥ ସାହାଣୀ, ଦେବାଶିଷ ପ୍ରିୟଦର୍ଶନ ସାହୁ, ନବାତି ଜାନି ଏବଂ ମଣ୍ଡଳର ପ୍ରମୁଖ କାର୍ଯ୍ୟକର୍ତ୍ତା ଓ ଅନ୍ୟ ପାଞ୍ଚଟି ପଞ୍ଚାୟତର ବହୁ ମହିଳା ଏବଂ ପୁରୁଷ ଯୋଗ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories