www.samajalive.in
Monday, December 15, 2025
24.1 C
Bhubaneswar

ଟେଲାପାଲି ସେବାଶ୍ରମରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗାଁ ପଞ୍ଚାୟତ ଟେଲାପାଲିରେ ଥିବା ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସେବାଶ୍ରମରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପ୍ରଧାନ ସେବିକା ସରୋଜିନୀ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡିଣ୍ଡିରା ଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ରଞ୍ଜିତା ମଲିକ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବରେ ବିଶ୍ଵାମିତ୍ର କହଁର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଲଳିତା କହଁର, ୱାର୍ଡ ସଭ୍ୟ ସୀତାରାମ କହଁର, ପୂର୍ବତନ ସଭାପତି ବନ୍ଦନା କହଁର, ଶିକ୍ଷକ ମନୋଜ କୁମାର ପାଢ଼ୀ, ବରିଷ୍ଠ ବ୍ୟକ୍ତି ବଡନା କହଁରଙ୍କ ସହ ପଶୁ ସମ୍ପଦ ଅଧିକାରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗ ଦ୍ୱାରା ଷ୍ଟଲ କରାଯାଇ ଅଭିଭାବକ ମାନଙ୍କୁ ସଚେତନ କରା ଯାଇଥିଲା।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories