www.samajalive.in
Sunday, December 14, 2025
17.1 C
Bhubaneswar

ଘରେ ଘରେ ହାତ ଘରେ ଘରେ କଂଗ୍ରେସ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପାଟଣା: ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସେପ୍ଟେମ୍ବର ୨୫ ତାରିଖ ଠାରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟ କଂଗ୍ରେସର ପଦଯାତ୍ରା “ଘରେ ଘରେ ହାତ, ଘରେ ଘରେ କଂଗ୍ରେସ” କାର୍ଯ୍ୟକ୍ରମ ପାଇଁ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା ବ୍ଲକ ଠାରେ ଏକ ପ୍ରସ୍ତୁତି ବୈଠକ ବ୍ଲକ ସଭାପତି ମୁକୁନ୍ଦ ମହାନ୍ତଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକରେ ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ପିସିସି ର ସାମାଜିକ ଗଣମାଧ୍ୟମର ଉପସଭାପତି ଇଂ ବିନୋଦ ବିହାରୀ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଂଗ୍ରେସ ଦଳର ଏହି କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା ସହିତ ରାଜ୍ୟରେ ଶାସନ କରୁଥିବା ବିଜେଡ଼ି ଓ କେନ୍ଦ୍ରରେ ଶାସନ କରୁଥିବା ବିଜେପି ଉଭୟ ମିଶି କିପରି ଅଘୋଷିତ ମେଣ୍ଟ କରି ରାଜ୍ୟ ଓ ଦେଶବାସୀଙ୍କୁ ଦରଦାମ୍, ବେରୋଜଗାରି ବୃଦ୍ଧି କରି ଲୁଟ୍ କରି ଚାଲିଛନ୍ତି ଏବଂ ମିଛ ପ୍ରତିଶ୍ରୁତି ଦେଇ ପ୍ରତାରଣା କରି ଚାଲିଛନ୍ତି ସେ ସମ୍ବନ୍ଧରେ ପ୍ରତିଟି ଲୋକଙ୍କ ପାଖକୁ ଏହି ବାର୍ତ୍ତା ପହଂଚାଇବା ପାଇଁ କଂଗ୍ରେସ କର୍ମୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories